UPSC ପରୀକ୍ଷାରେ କେନ୍ଦୁଝରର ପୁଅ ଅନୁପଙ୍କ ସଫଳତା

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷ ୨୦୨୪ ବର୍ଷର ୟୁପିଏସସି ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ କେନ୍ଦୁଝର ମାଟିର ପୁଅ ଅନୁପ ନାୟକ ସଫଳ ହୋଇ ସିରିଏଲ ନଂ ୨୧୨ ର଼୍ୟାଙ୍କ ରଖି ସର୍ବ ଭାରତୀୟ ପ୍ରଶାସନିକ ସେବା ଲାଗି ମନୋନୀତ ହୋଇଛନ୍ତି। ତାଙ୍କର ଆଇଏଏସ୍‌ ପାଇବା ସଫଳତା ନେଇ କେନ୍ଦୁଝର ଜିଲାରେ ଖୁସିର ମାହୋଲ ଖେଳି ଯାଇଛି। ତାଙ୍କ ପରିବାର କେନ୍ଦୁଝର ସହର ମାଇନିଂ ଅଞ୍ଚଳରେ ରହୁଥିବା ଜଣାଯାଇଛି। ବାପା ଅମ୍ବରିଶ ନାୟକ ଏବେ ଭାରତ ସରକାରଙ୍କ ଗଙ୍ଗା ନଦୀ ବନ୍ୟା ପରିଚାଳନା ବିଭାଗର ଚେୟରମ୍ୟାନ ରୂପେ ପାଟଣା,ବିହାର ଠାରେ ଅବସ୍ଥାପିତ ହୋଇଛନ୍ତି ମାଆ ନୀଳିମା ନାୟକ ତାଙ୍କର ଗୃହିଣୀ ବୋଲି ଜଣାଯାଏ। ତାଙ୍କର ମୂଳ ଘର ଘଟଗାଁ ବ୍ଲକ ଅନ୍ତର୍ଗତ ସାନ ବରବେଡ଼ା ଗ୍ରାମରେ ବୋଲି ଜଣାଯାଇଛି। ଅନୁପ ପିଲା ବେଳେ ମେଧାବୀ ଛାତ୍ର ଥିଲେ ଆଇଆଇଟି କାନପୁରରୁ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂରେ ଡିଗ୍ରୀ କରି ଇଣ୍ଡିଆନ ରେଲୱେ ମ୍ୟାନେଜମେଣ୍ଟ ସର୍ଭିସ ପାଇ ଲକ୍ଷ୍ନୌରେ କାର୍ଯ୍ୟରତ ଅଛନ୍ତି। ଏଥିସହ ସେ ଆଇଏଫଏସ ( ଇଣ୍ଡିଆନ ଫରେଷ୍ଟ ସର୍ଭିସ) କ୍ଲିୟର କରିଛନ୍ତି। ପୂର୍ବତନ ଅବକାରୀ ବିଭାଗ ଅଧୀକ୍ଷକ ଧନନ୍ତ୍ୱରୀ ନାୟକ ତାଙ୍କର ଜେଜେ ବାପା ହୋଇଥିବା ବେଳେ ଦମୟନ୍ତୀ ନାୟକ ତାଙ୍କର ଜେଜେ ମାଆ ବୋଲି ଜଣାଯାଇଛି। ନାତିର ସଫଳତା ସେମାନେ ମଧ୍ୟ ଅତି ଖୁସି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri