ପ୍ରଧାନମନ୍ତ୍ରୀଙ୍କୁ ଭେଟି ଖାସ୍‌ ଉପହାର ଦେଲେ ଅନୁପମ ଖେର

ମୁମ୍ବାଇ: ସୋସିଆଲ ମିଡିଆରେ ବେଶ ଆକ୍ଟିଭ୍‌ ବଲିଉଡ ଅଭିନେତା ଅନୁପମ ଖେର। ସେ ବ୍ୟକ୍ତିଗତ ଏବଂ ଅଭିନୟ ଜୀବନ ସହ ଜଡ଼ିତ ଅନେକ କିଛି ଅପ୍‌ଡେଟ୍‌ ପ୍ରଶଂସକଙ୍କ ସହ ବାଣ୍ଟିଥାନ୍ତି। ଏବେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାକୁ ନେଇ ଚର୍ଚ୍ଚାରେ।

ଅନୁପମ ନିଜର ସୋସିଆଲ ମିଡିଆର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତକାରର ଦୁଇଟି ଫଟୋ ଶେୟାର କରିଛନ୍ତି। ଏହି ସାକ୍ଷାତ ବେଳେ ପ୍ରଧାନମନ୍ତ୍ରୀଙ୍କୁ ଅନୁପମ ଏକ ରୁଦ୍ରାକ୍ଷ ମାଳ ପ୍ରଦାନ କରିଥିଲେ। ଏହି ରୁଦ୍ରାକ୍ଷ ମାଳଟି ଅନୁପମଙ୍କ ମା’ ପ୍ରଧାନମନ୍ତ୍ରୀଙ୍କ ପାଇଁ ପଠାଇଥିଲେ। ପ୍ରଧାନମନ୍ତ୍ରୀ ଉକ୍ତ ମାଳଟିକୁ ଗ୍ରହଣ କରିଥିବାରୁ ଅନୁପମ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଅନୁପମ ଇନ୍‌ଷ୍ଟାଗ୍ରାମ ଏବଂ ଟୁଇଟ୍‌ରେ ଲେଖିଛନ୍ତି, ଆପଣଙ୍କୁ ସାକ୍ଷାତ କରି ଖୁସି ଲାଗିଲା। ଆପଣ ଦେଶବାସୀଙ୍କ ପାଇଁ ଦିନରାତି ପରିଶ୍ରମ କରୁଛନ୍ତି। ଏହା ପ୍ରେରଣାଦାୟକ। ଯେଉଁ ଶ୍ରଦ୍ଧାରେ ଆପଣ ମୋ ମା’ଙ୍କ ଦ୍ୱାରା ଆପଣଙ୍କ ରକ୍ଷା ପାଇଁ ପଠାଯାଇଥିବା ରୁଦ୍ରାକ୍ଷ ମାଳକୁ ଗ୍ରହଣ ଗଲେ, ତାହା ମୁଁ ସର୍ବଦା ମନେ ରଖିବି।

ସେହିଭଳି ଅନୁପମକୁ ପ୍ରତିକ୍ରିୟା ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ବହୁତ ବହୁତ ଧନ୍ୟବାଦ ଅନୁପମ ଖେରଜୀ। ଆଦରଣୀୟ ମାତାଜୀ ଓ ଦେଶବାସୀଙ୍କ ଆଶୀର୍ବାଦ ଯୋଗୁ ମୋତେ ମା’ ଭାରତୀଙ୍କ ସେବା କରିବାକୁ ନିରନ୍ତର ପ୍ରେରଣା ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri