ଅଭିନୟକୁ ଅଲ୍‌ବିଦା କହିଲେ ଅନୁପମା ଫେମ୍‌ ଏହି ଅଭିନେତ୍ରୀ

ବମ୍ବେ: ଅଭିନୟ ଜଗତକୁ ଅଲ୍‌ବିଦା କହିଲେ ଆଉ ଜଣେ ଅଭିନେତ୍ରୀ। ଆଧ୍ୟାତ୍ମିକ କାରଣରୁ ଟେଲିଭିଜନର ପ୍ରସିଦ୍ଧ ଧାରାବାହିକ ‘ଅନୁପମା’ ଫେମ ଅଭିନେତ୍ରୀ ନନ୍ଦିନୀ ଓରଫ ଅନଘା ଭୋସଲେ ଟେଲିଭିଜନଜଗତ ଛାଡୁଥିବା ନେଇ ଆଧିକାରିକ ଭାବେ ଘୋଷଣା କରିଛନ୍ତି। ସେ ତାଙ୍କ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ଏହି ସୂଚନା ଦେଇଛନ୍ତି।

କିଛି ଦିନ ତଳେ ଅନଘା ‘ଅନୁପମା’ ଶୋ’ ଛାଡିଥିଲେ। ସେହି ସମୟଠାରୁ ତାଙ୍କର ଆଗାମୀ ଯୋଜନା କ’ଣ ହେବ ତା’ ଉପରେ ପ୍ରଶଂସକଙ୍କ ନଜର ଥିଲା। ଏବେ ଏହି ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇ ଅଙ୍ଘା ସବୁଦିନ ପାଇଁ ମନୋରଞ୍ଜନ ଦୁନିଆ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ନିଜର ଇନ୍‌ଷ୍ଟାଗ୍ରାମ ଲେଖିଛନ୍ତି- ‘ହରେ କୃଷ୍ଣ ପରିବାର, ମୁଁ ଜାଣେ ଆପଣ ସମସ୍ତେ ଶୋ’ରେ ମୋତେ ବହୁତ ପ୍ରେମ ଏବଂ ଦୟା ଦେଖାଇଛନ୍ତି। ଏଥିପାଇଁ ଆପଣଙ୍କୁ ବହୁତ ଧନ୍ୟବାଦ, ମୁଁ ଆପଣଙ୍କ କୃତଜ୍ଞ। ମୁଁ ଅଧିକାରିକ ଭାବରେ ଚଳଚ୍ଚିତ୍ର ଏବଂ ଟେଲିଭିଜନ ଇଣ୍ଡଷ୍ଟ୍ରି ଛାଡୁଛି। ମୁଁ ଆଶା କରେ ଆପଣ ସମସ୍ତେ ମୋର ନିଷ୍ପତ୍ତିକୁ ସମ୍ମାନ କରିବେ ଏବଂ ସମର୍ଥନ ମଧ୍ୟ କରିବେ। ଆଧ୍ୟାତ୍ମିକ କାରଣରୁ ମୁଁ ଏହି ନିଷ୍ପତ୍ତି ନେଇଛି। ଆମେ ସମସ୍ତେ ଈଶ୍ୱରଙ୍କ ସନ୍ତାନ। ସମସ୍ତଙ୍କ ଭିନ୍ନ ଭିନ୍ନ ରାସ୍ତା ରହିଛି କିନ୍ତୁ ଗନ୍ତବ୍ୟସ୍ଥଳ ଗୋଟିଏ। ଆମ ସମସ୍ତଙ୍କ ତାଙ୍କ ଉପରେ ଆସ୍ଥା ରହିଛି ଏବଂ ଆମେ ନିଶ୍ଚିତ ଭାବରେ ତାଙ୍କ ଆଡକୁ ଯିବା। ଭଗବାନ ସର୍ବଦା ଦୟାଳୁ/ପ୍ରେମରେ ପରିପୂର୍ଣ୍ଣ ଏବଂ ସର୍ବଦା ଆମ ସହିତ ଛିଡା ହୋଇ ରହିଛନ୍ତି। ଆମର ଜନ୍ମ ହେବାର କାରଣକୁ ମଣିଷ ଭାବରେ ବୁଝିବା ଆମର ଦାୟିତ୍ୱ। ତେଣୁ ଏହା ବୁଝିବାକୁ ହେବ ଯେ ଭଗବାନଙ୍କୁ ସେବା କରିବା ଏବଂ ପ୍ରେମ କରିବା ଓ କୃଷ୍ଣ ଚେତନା ବାଣ୍ଟିବା ପାଇଁ ମଣିଷ ଜନ୍ମ ହୋଇଛି।’

 

ଅନଘାଙ୍କ ଏହି ପୋଷ୍ଟ ତାଙ୍କର ପ୍ରଶଂସକଙ୍କୁ ଝଟ୍‌କା ଦେଇଛି। ତାଙ୍କୁ ଆଉ କେବେବି ପରଦାରେ ଦେଖିବାକୁ ମିଳିବ ନାହିଁ ବୋଲି ସେମାନେ ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?