ଭାରତୀୟ ଖେଳାଳିଙ୍କୁ ପ୍ରବେଶ ଅନୁମତି ଦେଲା ନାହିଁ ଚାଇନା, ବୈଦେଶିକ ମନ୍ତ୍ରଣାଳୟ କହିଲା ଭେଦଭାବପୂର୍ଣ୍ଣ ବ୍ୟବହାର ଗ୍ରହଣୀୟ ନୁହେଁ

ନୂଆଦିଲ୍ଲୀ/ବେଜିଂ,୨୨।୯: ଭାରତୀୟ ଖେଳାଳିଙ୍କୁ ଏସିଆନ ଗେମ୍ସରେ ଏଣ୍ଟ୍ରି ନ ଦେବାକୁ ନେଇ ଚାଇନାର ଚାଲକୁ ଭାରତ କଡା ବିରୋଧ କରିଛି। ନିକଟରେ ହାଙ୍ଗଝୁରେ ଅନୁଷ୍ଠିତ ହେବାକୁ ଥିବା ୧୯ବିଂଶ ଏସିଆନ ଗେମ୍ସରେ ଭାଗ ନେବାକୁ ଅରୁଣାଚଳ ପ୍ରଦେଶର ଭାରତୀୟ ଖେଳାଳିଙ୍କ ପ୍ରବେଶକୁ ମନା କରିଦେଇଛି। ଭାରତ ଏହାକୁ ନେଇ ତୀବ୍ର ବିରୋଧ ପ୍ରଦର୍ଶନ କରିଛି। ନୂଆଦିଲ୍ଲୀ ଏବଂ ବେଜିଂରେ ଥିବା ଭାରତୀୟ ଦୂତାବାସ ମାଧ୍ୟମରେ ଭାରତ ବିରୋଧ ପ୍ରଦର୍ଶନ କରିଛି।
ସୂଚନାଯୋଗ୍ୟ, ହାଙ୍ଗଝୋ ଏସିଆନ ଗେମ୍ସ ପୂର୍ବରୁ ଭାରତ ଏବଂ ଚାଇନା ମଧ୍ୟରେ ବିବାଦ ବୃଦ୍ଧି ପାଇଛି। ଖେଳ ପୂର୍ବରୁ ଚାଇନାର ଏକ ନିଷ୍ଠୁର କାର୍ଯ୍ୟ ସାମ୍ନାକୁ ଆସିଥିଲା। ହାଙ୍ଗଝୋ ଏସିଆନ ଗେମ୍ସ ପାଇଁ ଅରୁଣାଚଳ ପ୍ରଦେଶର ତିନି ଜଣ ଖେଳାଳିଙ୍କୁ ଶେଷ ମୁହୂର୍ତ୍ତରେ ଭିସା ପ୍ରତ୍ୟାଖ୍ୟାନ କରିଥିଲା ଚାଇନା।
ଏହି ସମାନ ତିନିଜଣ ଖେଳାଳି ଯିଏକି କିଛି ମାସ ପୂର୍ବରୁ ଚାଇନାରେ ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ଗେମ୍ସରେ ଚାଇନା ଦ୍ୱାରା ଅସଦାଚରଣ ହୋଇଥିଲେ ଏବଂ ସେମାନଙ୍କୁ ଷ୍ଟାପ ଭିସା ଦିଆଯାଇଥିଲା। ଏବେ ପୁଣି ଚାଇନା ଏହି ତିନି ଜଣଙ୍କୁ ଭିସା ଦେଇନାହିଁ। ଏଭଳି ପରିସ୍ଥିତିରେ ଏହି ତିନିଜଣ ଭାରତୀୟ ୱୁସୁ ଦଳ ସହିତ ହାଙ୍ଗଝୋକୁ ଯାଇପାରିବେ ନାହିଁ।
ଏବେ ଏହି ବିଷୟକୁ ନେଇ ପରିବେଶ ଗରମ ହୋଇଯାଇଛ। ଚାଇନାକୁ ଭାରତ ଉପଯୁକ୍ତ ଉତ୍ତର ଦେଇଛି। ଭାରତୀୟ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି କହିଛନ୍ତି ଯେ ଏସିଆନ ଗେମ୍ସ ପାଇଁ ଭାରତର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ପୂର୍ବରୁ ଚୀନ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିଲା ହେଲେ ଏବେ ତାହାକୁ ରଦ୍ଦ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri