Posted inଜାତୀୟ

ବିଗିଡିବା ଆଇନ ବ୍ୟବସ୍ଥାର ରୋଲ ମଡେଲ ହେଉଛନ୍ତି ମମତା ବାନାର୍ଜୀ: ଅନୁରାଗ ଠାକୁର

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଜଣେ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀଙ୍କ ମୃତ୍ୟୁ ପରେ ଲଗାତାର ଭାଜପା ତ୍ରୁଣମୂଳ କଂଗ୍ରେସ(ଟିଏମସି)କୁ ଟାର୍ଗେଟ କରୁଛି। କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ରବିବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ହିଂସାକୁ ଉସକାଉଥିବା ଅଭିଯୋଗ ଆଣିଛନ୍ତି। ଅନୁରାଗ ଠାକୁର କହିଛନ୍ତି, ପଶ୍ଚିମବଙ୍ଗରେ ରାମ ଭକ୍ତଙ୍କ ଉପରେ ଲାଠିମାଡ କରାଯାଇଛି। ପଥରମାଡ ବି କରାଯାଇଛି। ବୋମା ମାଡ କରାଯାଇଛି , ଲୁଟପାଟ କରାଯାଉଛି, ହିଂସା ହେଉଛି, ରାମ ନବମୀରେ ଶୋଭା ଯାତ୍ରା ବନ୍ଦ କରି ଦିଆଯାଇଛି।

ଅନୁରାଗ ଠାକୁର କହିଛନ୍ତି, ରାଜ୍ୟରେ ବିଗିଡିଥିବା ଆଇନ ବ୍ୟବସ୍ଥାର ରୋଲ ମଡେଲ ହେଉଛନ୍ତି ମମତା ବାନାର୍ଜୀ। ମମତା ଦିଦି ସବୁ ହିଂସା ଉପରେ ନିଜ ଆଖି ବନ୍ଦ କରି ରଖିଛନ୍ତି ଆଉ ନିଜକୁ ଏକ ବର୍ଗ ମଧ୍ୟରେ ସିମିତ କରି ରଖିଛନ୍ତି। ଏହା ତାଙ୍କ ଭାଷାରେ ବି ପ୍ରତିଫଳିତ ହୋଇଥାଏ। କେମିତି ସେ ଏକ ବର୍ଗ ସହ ଠିଆ ହୋଇଥାଆନ୍ତି। ଆଉ ହିନ୍ଦୁ ସମ୍ପ୍ରଦାୟକୁ ଲୋକଙ୍କ ବିରୋଧରେ ହିଂସା ପାଇଁ ଉସକାଇ ଥାଆନ୍ତି।
ଏହା ପୂର୍ବରୁ ବି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ରାଜ୍ୟରେ ସାମ୍ପ୍ରଦାୟିକ ହିଂସାକୁ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ ଟାର୍ଗେଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …

ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ…

ଗ୍ରହଙ୍କ ବଡ଼ ସଂଯୋଗ: ଏହି ୫ ରାଶିଙ୍କୁ ମିଳିବ ଧନଠାରୁ କ୍ୟାରିୟର ପର୍ଯ୍ୟନ୍ତ ଲାଭ

୨୮ ଅଗଷ୍ଟ ୨୦୨୬ ଦିନଟି ପଞ୍ଜିକା ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷର ପୂର୍ଣ୍ଣିମା ତିଥି…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri