Posted inଜାତୀୟ

ସୋନିଆ-ଇଟାଲିଆଙ୍କୁ ଟାର୍ଗେଟ କଲେ ଅନୁରାଗ ଠାକୁର…

ନୂଆଦିଲ୍ଲୀ,୧୬।୧୦ : ଭାଜପା ନେତା ତଥା କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କଂଗ୍ରେସ ଏବଂ ଆମ ଆଦମୀ ପାର୍ଟିକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ପୂର୍ବରୁ ଜଣେ ଇଟାଲୀୟ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅପମାନିତ କରୁଥିଲେ ଏବଂ ବର୍ତ୍ତମାନ ଜଣେ ଇଟାଲିଆ ମୋଦିଙ୍କ ମାଙ୍କର ଅପମାନ କରୁଛନ୍ତି। ତେବେ କାହାର ନାମ ନନେଇ ଠାକୁର ସେ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ଆମ ଆଦମୀ ପାର୍ଟିର ଗୁଜୁରାଟର ଅଧ୍ୟକ୍ଷ ଗୋପାଳ ଇଟାଲିଆଙ୍କୁ ଟାର୍ଗେଟ କରିଛନ୍ତି।

ଦଳର ସଂସ୍କୃତି କ’ଣ ହେବ ଯାହାର ଲୋକମାନେ ମୋଦିଙ୍କ ମାଙ୍କୁ ଅପମାନ କରୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।
ଅନୁରାଗ ଠାକୁର କହିଛନ୍ତି ଯେ ଯେଉଁ ମାଟିରେ ମହିଳାମାନେ ସମ୍ମାନିତ ନୁହଁନ୍ତି, ୯୮ବର୍ଷ ବୟସ୍କା ମା ପାଇଁ ଅଶ୍ଳୀଳ ଶବ୍ଦ ବ୍ୟବହାର କରାଯାଏ, ସେଭଳି ଦଳର ଆଦର୍ଶ, ସଂସ୍କୃତି କ’ଣ ହେବ? ଗୁଜରାଟର ସମସ୍ତ ବାସିନ୍ଦା ଆସନ୍ତା ନିର୍ବାଚନରେ ପଦ୍ମ ଚିହ୍ନରେ ଭୋଟ ଦେଇ ବିରୋଧୀ ଦଳଙ୍କର ଅମାନତ ହରାଇବାକୁ ସେ ଅନୁରୋଧ କରିଛନ୍ତି।

ଗୁଜରାଟର ସୁରେନ୍ଦ୍ରନଗର ଏବଂ ୱାଧୱା ଠାରେ କେନ୍ଦ୍ର ମନ୍ତ୍ରୀ ତିନୋଟି ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ଯେଉଁଥିରେ ସେ କଂଗ୍ରେସ ଏବଂ ଏଏପିକୁ ସମାଲୋଚନା କରିଥିଲେ। ଠାକୁର କହିଛନ୍ତି ଯେ ଗୁଜରାଟ ଜନତା ବିରୋଧୀଙ୍କକୁ ଉପଯୁକ୍ତ ଉତ୍ତର ଦେବେ।

୨୦୦୧ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ଗୁଜରାଟରୁ କର୍ଫ୍ୟୁ ଦଙ୍ଗା ହଟିଯାଇଥିଲା। ଗୁଜରାଟ ବିକାଶ ପଥରେ ଆସି ବିକାଶର ନୂତନ ଦିଗ ସ୍ଥିର କରିବାକୁ ଲାଗିଥିଲା। ସେ କହିଛନ୍ତି ଯେ ଗୁଜରାଟରେ ଭାଜପା ସପକ୍ଷରେ ଏକ ବିରାଟ ଲହର ଅଛି । ଏଥର ଆମେ ଲୋକଙ୍କ ଆଶୀର୍ବାଦ ସହିତ ବିଜୟର ସମସ୍ତ ରେକର୍ଡ ଭାଙ୍ଗିବାକୁ ଯାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

ନେପାଳରେ ଭୂକମ୍ପ, ମୋଦି କହିଲେ ସବୁ ସହାୟତା ଯୋଗାଇବାକୁ ଆମେ ପ୍ରସ୍ତୁତ

କାଠମାଣ୍ଡୁ,୨୫ା୬: ଗୁରୁବାର ସକାଳେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ନେପାଳରେ ୨୫ କିଲୋମିଟର ଗଭୀରତାରେ ଆଜି ସକାଳ…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

ବଡ଼ ଭୂକମ୍ପରେ ଶ୍ମଶାନ ପାଲଟିଲା ଭେନେଜୁଏଲା! ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍‌ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri