Posted inଜାତୀୟ

ସୋନିଆ-ଇଟାଲିଆଙ୍କୁ ଟାର୍ଗେଟ କଲେ ଅନୁରାଗ ଠାକୁର…

ନୂଆଦିଲ୍ଲୀ,୧୬।୧୦ : ଭାଜପା ନେତା ତଥା କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କଂଗ୍ରେସ ଏବଂ ଆମ ଆଦମୀ ପାର୍ଟିକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ପୂର୍ବରୁ ଜଣେ ଇଟାଲୀୟ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅପମାନିତ କରୁଥିଲେ ଏବଂ ବର୍ତ୍ତମାନ ଜଣେ ଇଟାଲିଆ ମୋଦିଙ୍କ ମାଙ୍କର ଅପମାନ କରୁଛନ୍ତି। ତେବେ କାହାର ନାମ ନନେଇ ଠାକୁର ସେ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ଆମ ଆଦମୀ ପାର୍ଟିର ଗୁଜୁରାଟର ଅଧ୍ୟକ୍ଷ ଗୋପାଳ ଇଟାଲିଆଙ୍କୁ ଟାର୍ଗେଟ କରିଛନ୍ତି।

ଦଳର ସଂସ୍କୃତି କ’ଣ ହେବ ଯାହାର ଲୋକମାନେ ମୋଦିଙ୍କ ମାଙ୍କୁ ଅପମାନ କରୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।
ଅନୁରାଗ ଠାକୁର କହିଛନ୍ତି ଯେ ଯେଉଁ ମାଟିରେ ମହିଳାମାନେ ସମ୍ମାନିତ ନୁହଁନ୍ତି, ୯୮ବର୍ଷ ବୟସ୍କା ମା ପାଇଁ ଅଶ୍ଳୀଳ ଶବ୍ଦ ବ୍ୟବହାର କରାଯାଏ, ସେଭଳି ଦଳର ଆଦର୍ଶ, ସଂସ୍କୃତି କ’ଣ ହେବ? ଗୁଜରାଟର ସମସ୍ତ ବାସିନ୍ଦା ଆସନ୍ତା ନିର୍ବାଚନରେ ପଦ୍ମ ଚିହ୍ନରେ ଭୋଟ ଦେଇ ବିରୋଧୀ ଦଳଙ୍କର ଅମାନତ ହରାଇବାକୁ ସେ ଅନୁରୋଧ କରିଛନ୍ତି।

ଗୁଜରାଟର ସୁରେନ୍ଦ୍ରନଗର ଏବଂ ୱାଧୱା ଠାରେ କେନ୍ଦ୍ର ମନ୍ତ୍ରୀ ତିନୋଟି ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ଯେଉଁଥିରେ ସେ କଂଗ୍ରେସ ଏବଂ ଏଏପିକୁ ସମାଲୋଚନା କରିଥିଲେ। ଠାକୁର କହିଛନ୍ତି ଯେ ଗୁଜରାଟ ଜନତା ବିରୋଧୀଙ୍କକୁ ଉପଯୁକ୍ତ ଉତ୍ତର ଦେବେ।

୨୦୦୧ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ଗୁଜରାଟରୁ କର୍ଫ୍ୟୁ ଦଙ୍ଗା ହଟିଯାଇଥିଲା। ଗୁଜରାଟ ବିକାଶ ପଥରେ ଆସି ବିକାଶର ନୂତନ ଦିଗ ସ୍ଥିର କରିବାକୁ ଲାଗିଥିଲା। ସେ କହିଛନ୍ତି ଯେ ଗୁଜରାଟରେ ଭାଜପା ସପକ୍ଷରେ ଏକ ବିରାଟ ଲହର ଅଛି । ଏଥର ଆମେ ଲୋକଙ୍କ ଆଶୀର୍ବାଦ ସହିତ ବିଜୟର ସମସ୍ତ ରେକର୍ଡ ଭାଙ୍ଗିବାକୁ ଯାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri