Posted inଖେଳ

ବିବାହର ଛଅ ମାସ ଭିତରେ ମାତ୍ର ୨୧ ଦିନ ସାଙ୍ଗରେ ରହିଥିଲେ ଅନୁଷ୍କା-ବିରାଟ; ହେଲେ..

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲୀଙ୍କ ଆଜି ବିବାହ ବାର୍ଷିକୀ। ୨୦୧୭ ଡିସେମ୍ବର ୧୧ରେ ଲୋକପ୍ରିୟ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ହାତ ଧରିଥିଲେ ବିରାଟ। ୨୯ ବର୍ଷରେ ବିବାହ କରୁଥିବା ହେତୁ ଅନୁଷ୍କାଙ୍କ ପ୍ରଶଂସକ ସେତେବେଳେ ନିରାଶ ହୋଇଥିଲେ। କ୍ୟାରିୟର ଗଢ଼ିବା ସମୟରେ ବିବାହ ନିଷ୍ପତ୍ତି ଠିକ୍‌ ନୁହେଁ ବୋଲି ସେମାନେ କହିଥିଲେ। ମାତ୍ର ଅନୁଷ୍କା ପ୍ରେମରେ ଥିବା କହିବା ସହ ଏବେ ବିବାହ କରିବା ଠିକ୍‌ ବୋଲି କହି ସମସ୍ତଙ୍କୁ ଚୁପ୍‌ କରାଇଦେଇଥିଲେ। ନିକଟରେ ସେ ଏକ ସାକ୍ଷାତକାରରେ ବିବାହ ସହ ଜଡ଼ିତ କିଛି ମଜାଦାର କଥା ପ୍ରଶଂସକଙ୍କ ସହ ବାଣ୍ଟିଛନ୍ତି।

ବିବାହର ପାରମ୍ଭିକ ଦିନଗୁଡ଼ିକରେ ବିରାଟଙ୍କୁ ଭେଟିପାରୁ ନ ଥିଲେ ଅନୁଷ୍କା। ଦୀର୍ଘ ୬ ମାସ ମଧ୍ୟରେ ସେମାନେ କେବଳ ୨୧ ଦିନ ସାଙ୍ଗରେ ରହିଥିଲେ। କାରଣ ଉଭୟ ବହୁତ ବ୍ୟସ୍ତ ରହୁଥିଲେ। ଫଳରେ ଅନୁଷ୍କା ଦିନ ଗଣୁଥିଲେ। କେବଳ ବିରାଟଙ୍କ ସହ ଭୋଜନ କରିବାକୁ ସେ ବିଦେଶ ଗସ୍ତ କରୁଥିଲେ। ପରବର୍ତ୍ତୀ ସମୟରେ ଅଧିକ ସମୟ ବିତାଇବା ପାଇଁ ଅନୁଷ୍କା କମ୍‌ କାମ କରିଥିଲେ। ଏଣୁ ୩ ବର୍ଷରେ ମାତ୍ର ୫ଟି ଫିଲ୍ମ କରିଛନ୍ତି ସେ। ସଞ୍ଜୁ, ଜିରୋ, ପରୀ, ସୁଈ ଧାଗା, ଅଗ୍ରେଜି ମିଡିୟମ ଭଳି ଫିଲ୍ମରେ ତାଙ୍କ ଅଭିନୟକୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri