Posted inଖେଳ

ଡି ଭିଲର୍ସଙ୍କୁ ଏହି କାରଣ ଲାଗି ଅଭିନନ୍ଦନ ଜଣାଇଲେ ଅନୁଷ୍କା

ନୂଆଦିଲ୍ଲୀ, ୧୫।୭- ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡି ଭିଲର୍ସ ୩ୟ ସନ୍ତାନର ବାପା ହେବାକୁ ଯାଉଛନ୍ତି। ତାଙ୍କ ସ୍ତ୍ରୀ ଡାନିଏଲ୍‌ ଡି ଭିଲର୍ସ ଏବେ ଗର୍ଭବତୀ ଥିବା ଜଣାପଡ଼ିଛି। ଡାନିଏଲ୍‌ ଇନ୍‌ଷ୍ଟାଗ୍ରାମରେ ନିଜର ଏକ ଫଟୋ ପୋଷ୍ଟ କରିଛନ୍ତି। ଯେଉଁଥିରୁ ସେ ଗର୍ଭବତୀ ଥିବା ସ୍ପଷ୍ଟ ହୋଇଛି। ଏହି ଫଟୋ ତଳେ ‘ହେଲୋ ବେବି ଗର୍ଲ’ ବୋଲି ଡାନିିଏଲ୍‌ ଏକ କ୍ୟାପସନ ମଧ୍ୟ ଉଲ୍ଲେଖ କରିଛନ୍ତି। ପୂର୍ବରୁ ଡି ଭିଲର୍ସଙ୍କ ଗୋଟିଏ ପୁଅ ଓ ଝିଅ ରହିଛି। ଡାନିଏଲ୍‌ ଏହି ଫଟୋ ପୋଷ୍ଟ କରିବାର କିଛି ସମୟ ପରେ ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ଉଭୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ‘ଅଭିନନ୍ଦନ ଡାନିଏଲ୍‌ ଓ ଏବି। ଏହା ଏକ ବହୁତ ଭଲ ଖବର’ ବୋଲି ଅନୁଷ୍କା ତାଙ୍କ ଅଭିନନ୍ଦନ ବାର୍ତ୍ତାରେ ଉଲ୍ଲେଖ କରିଛନ୍ତି। ପ୍ରକାଶଯୋଗ୍ୟ, ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଆକସ୍ମିକ ଅବସର ଘୋଷଣା କରିବା ପରେ ୩୬ ବର୍ଷୀୟ ଡି ଭିଲର୍ସ ନିଜ ପରିବାର ସହିତ ଅଧିକ ସମୟ ବିତାଉଛନ୍ତି। କ୍ରିକେଟ୍‌କୁ ପୁନର୍ବାର ଫେରିବା ଲାଗି କିଛିମାସ ତଳେ ଡି ଭିଲର୍ସ ମନ ବଳାଇଥିଲେ। କିନ୍ତୁ କରୋନା ଭାଇରସ୍‌ ଲାଗି ଏହା ସମ୍ଭବପର ହୋଇପାରି ନ ଥିଲା। ତେବେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ ପଡ଼ିଆରେ ପୁଣିଥରେ ଚୌକା ଛକା ମାରୁଥିବାର ଖୁବ୍‌ ଶୀଘ୍ର ଦେଖାଦେବେ। ଆସନ୍ତା ୧୮ରେ ଖେଳାଯିବାକୁ ଥିବା ୩ଟିସି କ୍ରିକେଟ୍‌ ମ୍ୟାଚ୍‌ରେ ଏବି ନଜରକୁ ଆସିବେ। ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ବୋର୍ଡ ପକ୍ଷରୁ ୩ଟିସି ମ୍ୟାଚ୍‌ ଆୟୋଜନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri