ଅନୁଷ୍କା ପୁଣି ହେଲେ ମା‘, ବିରୁଷ୍କାଙ୍କ ଘରେ କୁନି ଶିଶୁ ପୁତ୍ର…

ମୁମ୍ବାଇ,୨୦।୨ : ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲିଙ୍କ ଘରେ ପୁଣି ହସ ଫୁଟୁଛି। ଏହି ଦମ୍ପତି ସେମାନଙ୍କର ଦ୍ୱିତୀୟ ସନ୍ତାନକୁ ସ୍ବାଗତ କରିଛନ୍ତି। ଏଥର ଅନୁଷ୍କା ଶର୍ମା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଅଭିନେତ୍ରୀ ନିଜେ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଏହି ସୂଚନା ଦେଇଛନ୍ତି।

୨୦ ଫେବୃଆରୀ ମଙ୍ଗଳବାର ଦିନ ବିରୁଷ୍କା କହିଛନ୍ତି ତାଙ୍କ କୁନି ପୁତ୍ରର ନାମ ଆକ୍କାୟ ରଖାଯାଇଛି। ସୋସିଆଲ ମିଡିଆ ପ୍ରୋଫାଇଲରେ ପ୍ରକାଶିତ ଏକ ବିବୃତ୍ତିରେ କୋହଲି ଏବଂ ଅନୁଷ୍କା କହିଛନ୍ତି ଶିଶୁପୁତ୍ର ୧୫ ଫେବୃଆରୀରେ ଜନ୍ମ ହୋଇଥିଲା।

ସେମାନଙ୍କ ନୋଟରେ ଲେଖାଯାଇଛି, ଅତ୍ୟନ୍ତ ଆନନ୍ଦର ବିଷୟ ଏବଂ ଆମର ହୃଦୟ ଏବେ ପ୍ରେମରେ ପରିପୂର୍ଣ୍ଣ, ଆମେ ସମସ୍ତଙ୍କୁ ଖୁସିର ସହ ଜଣାଉଛୁ ୧୫ ଫେବୃଆରୀରେ, ଆମେ ଆମର ଶିଶୁପୁତ୍ର ଆକ୍କାୟ ଏବଂ ଭାମିକାଙ୍କ ସାନ ଭାଇଙ୍କୁ ଏହି ଦୁନିଆରେ ସ୍ବାଗତ କରିଥିଲୁ! ଆମ ଜୀବନର ଏହି ସୁନ୍ଦର ସମୟରେ ଆମେ ଆପଣମାନଙ୍କର ଆଶୀର୍ବାଦ ଏବଂ ଶୁଭେଚ୍ଛା ଆବଶ୍ୟକ କରୁଛୁ। ଏହି ସମୟରେ ଆମର ଗୋପନୀୟତାକୁ ଦୟାକରି ସମ୍ମାନ କରିବାକୁ ଆମେ ଆପଣମାନଙ୍କୁ ଅନୁରୋଧ କରୁଛୁ । ପ୍ରେମ ଏବଂ କୃତଜ୍ଞତା ସହିତ ବିରାଟ ଏବଂ ଅନୁଷ୍କା।

ଏହି ଦମ୍ପତି ସେମାନଙ୍କର ଶିଶୁପୁତ୍ରର ନାମ ଆକ୍କାୟ ରଖିଛନ୍ତି। ଆକ୍କାୟ ହିନ୍ଦୀ ଶବ୍ଦ ‘କାୟା’ରୁ ଆସିଛି, ଯାହାର ଅର୍ଥ ହେଉଛି ଫିଜିକାଲ ବଡି। ଆକ୍କାୟ ଅର୍ଥାତ ଯିଏ ସେମାନଙ୍କର ଫିଜିକାଲ ବଡି ଠାରୁ ଅଧିକ।

 

https://www.instagram.com/p/C3ku8K6IBCc/?utm_source=ig_embed&ig_rid=7c176636-9175-4fd4-b1a5-bd568e823ea9

 


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?