କୋରିଆନ ଇଣ୍ଡଷ୍ଟ୍ରିରେ କାମ କରିବେ ଅଭିନେତ୍ରୀ

କମ୍‌ ବୟସରୁ ବଡ଼ ନାଁ କମାଇଥିବା ଅଭିନେତ୍ରୀ ଅନୁଷ୍କା ସେନ ଏବେ ଚର୍ଚ୍ଚାରେ ଅଛନ୍ତି। ସେ ଶିଶୁ କଳାକାର ଭାବେ ଅନେକ ଟିଭି ଶୋ’, ଫିଲ୍ମ, ୱେବ ସିରିଜ ଓ ମ୍ୟୁଜିକ ଭିଡିଓରେ କାମ କରିଛନ୍ତି। ବର୍ତ୍ତମାନ ଅନୁଷ୍କାଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। କୁହାଯାଉଛି କି, ସେ ଏବେ ଭାରତୀୟ ସିନେମା ଛାଡ଼ି କୋରିଆନ ସିନେମା ଜଗତରେ ଏଣ୍ଟ୍ରି କରିବେ। ଅନୁଷ୍କା କୋରିଆନ ସିରିଜ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି।

ଏ ନେଇ ନିକଟରେ ଏକ ସାକ୍ଷାତକାରରେ ଖୁଲାସା କରିଛନ୍ତି ଅନୁଷ୍କା ସେନ। ସେ କହିଛନ୍ତି, ମୁଁ ଏକ କୋରିଆ ୱେବ ଶୋ’ରେ ଫିଲ୍ମ କରିବାକୁ ଯାଉଛି। ଏହି ବର୍ଷଟା ମୋ ପାଇଁ ପୂରା ଭିନ୍ନ ରହିବ। ଭାରତ ଓ କୋରିଆ ମଧ୍ୟରେ ଅନେକ କଣ୍ଟେଣ୍ଟ ଆଦାନ ପ୍ରଦାନ ହେଉଛି। ଆମେ ତାଙ୍କ କେ-ଡ୍ରାମା ଓ କେ-ପପ୍‌କୁ ପସନ୍ଦ କରୁଛୁ। ସେମାନେ ବି ଆମ ସିନେମା ଓ ସଂସ୍କୃତିକୁ ପସନ୍ଦ କରୁଛନ୍ତି। କୋରିଆରେ ମୋର ଅନେକ ଫ୍ୟାନ ଅଛନ୍ତି। ମୁଁ ଏହା ଜାଣିବା ପରେ ଆଶ୍ଚର୍ଯ୍ୟ ହୋଇଯାଇଥିଲି। ମୁଁ ମୋ ଫ୍ୟାନ୍ସଙ୍କୁ ବହୁତ ଭଲ ପାଏ ଓ ଆଜି ଯାହା ବି ଅଛି କେବଳ ସେମାନଙ୍କ ପାଇଁ ହିଁ ବୋଲି କହିଛନ୍ତି ଅନୁଷ୍କା ସେନ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri