ବିରାଟ କୋହଲି, ଅନୁଷ୍କା ଶର୍ମାଙ୍କ ପାଇଁ ଖୁସି ଖବର

ବଲିଉଡ ଏବଂ କ୍ରୀଡା ଇଣ୍ଡଷ୍ଟ୍ରିର ସବୁଠାରୁ ଚର୍ଚ୍ଚିତ ତଥା ସୁନ୍ଦର ଦମ୍ପତିମାନଙ୍କ ମଧ୍ୟରୁ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଅନ୍ୟତମ। କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ଦୁହଁିଙ୍କ ପ୍ରଶଂସକ ଅଛନ୍ତି। ନିକଟରେ ଟପ୍‌ ୩୫ ଗ୍ଲୋବାଲ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ତାଲିକା ବାହାରିଛି। ଅନୁଷ୍କା ଏବଂ ବିରାଟ ଏହି ତାଲିକାରେ ସ୍ଥାନ ପାଇଛନ୍ତି। ବିଶ୍ୱସ୍ତରୀୟ ତଥ୍ୟ ସଂଗ୍ରହ ଏବଂ ବିଶ୍ଳେଷଣ ପାଇଁ ଏକ ପ୍ଲାଟଫର୍ମ ହାଇପ୍‌ ଅଡଟର୍‌ ଦ୍ୱାରା ଏହି ତାଲିକା ପ୍ରକାଶ ପାଇଛି। ବିଶ୍ୱର ଲୋକମାନଙ୍କୁ ପ୍ରଭାବିତ କରୁଥିବା ସେଲିବ୍ରିଟି ତାଲିକାରେ ବିରାଟ କୋହଲି ୧୧ ନମ୍ବରରେ ଅଛନ୍ତି। ଏହା ସହ ସେ ଏହି ତାଲିକାରେ ସର୍ବାଧିକ ମାନ୍ୟତା ପାଇଥିବା ଭାରତୀୟ ହୋଇପାରିଛନ୍ତି। ଏଥି ସହିତ ଅନୁଷ୍କା ଶର୍ମା ଏହି ତାଲିକାରେ ୨୪ ନମ୍ବରରେ ଅଛନ୍ତି। ଏହି ତାଲିକା ପାଇଁ ୧୦୦୦ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ସେମାନଙ୍କ ପ୍ରଶଂସକଙ୍କ ଗୁଣବତ୍ତା ଏବଂ ପ୍ରାମାଣିକ ଯୋଗଦାନ ସ୍ଥାନିତ କରାଯାଇଥିଲା। ସୋସିଆଲ ମିଡିଆ ପ୍ଲାଟଫର୍ମ ସାହାଯ୍ୟରେ ଏହି ସେଲିବ୍ରିଟିମାନେ ସଚେତନତା, ସଶକ୍ତିକରଣ, ନିଜକୁ ଉତ୍ସାହିତ କରିବାରେ କେତେ ସକ୍ଷମ ତାହା ଦେଖାଯାଇଥିଲା। ଆହୁରି ମଧ୍ୟ, ସୋସିଆଲ ମିଡିଆରେ ସେମାନଙ୍କ ଉପସ୍ଥିତି ଏବଂ ଶକ୍ତି କେତେ ତାହା ମଧ୍ୟ ମାପ କରାଯାଇଥିଲା। ଏହି ତାଲିକାରେ ପର୍ତ୍ତୁଗାଲ ଫୁଟବଲ ଖେଳାଳି କ୍ରିଷ୍ଟିଆନୋ ରୋନାଲଡୋ ଶୀର୍ଷରେ ଅଛନ୍ତି। ବିରାଟ କୋହଲି ଏକାଦଶ ସ୍ଥାନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ତମ ସ୍ଥାନରେ, ଅନୁଷ୍କା ଶର୍ମା ୨୪ ତମ ସ୍ଥାନରେ ଅଛନ୍ତି। ଅନ୍ୟପକ୍ଷରେ, ଅଭିନେତ୍ରୀ କ୍ୟାଟ୍ରିନା କୈଫ ଏବଂ ଦୀପିକା ପାଦୁକୋନ ମଧ୍ୟ ଶ୍ରେଷ୍ଠ ୫୦ ଗ୍ଲୋବାଲ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ତାଲିକାରେ ସ୍ଥାନିତ ହୋଇଛନ୍ତି। ଏହି ତାଲିକାରେ କ୍ୟାଟ୍ରିନା ୪୩ତମ ଏବଂ ଦୀପିକା ୪୭ତମ ସ୍ଥାନରେ ଅଛନ୍ତି। ସୂଚନାଯୋଗ୍ୟ,ଅନୁଷ୍କା ଏବଂ ବିରାଟ ଆଜିକାଲି ସେମାନଙ୍କର ପ୍ରଥମ ସନ୍ତାନର ଆଗମନ ପାଇଁ ପ୍ରସ୍ତୁତ ହେଉଛନ୍ତି। ନିକଟରେ ଉଭୟ ନିଜ ବିବାହର ତୃତୀୟ ବାର୍ଷିକୀ ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri