ଟି-୨୦ ଜିତିବା ଖୁସିରେ କୋହଲିଙ୍କୁ ଏମିତି କହିଲେ ଅନୁଷ୍କା

ସିଡନୀ,୭।୧୨: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ବ୍ୟାଟିଂ ସାଙ୍ଗକୁ ଶିଖର ଧୱନ ଓ କ୍ୟାପଟେନ ବିରାଟ କୋହଲିଙ୍କ ଦମଦାର ଇନିଂସ ବଳରେ ଟିମ ଇଣ୍ଡିଆ ଏଠାରେ ଖେଳାଯାଇଥିବା ୨ୟ ଟି-୨୦ ମ୍ୟାଚରେ ଅଷ୍ଟ୍ରେଲିଆକୁ ୬ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହ ଟିମ ଇଣ୍ତିଆ ଟି-୨୦ ସିରିଜକୁ ୨-୦ରେ ଜିତି ନେଇଛି। ଏହାପୂର୍ବରୁ କାନବେରା ଖେଳାଯାଇଥିବା ପ୍ରଥମ ଟି-୨୦କୁ ୧୧ ରନ୍‌ରେ ଜିଥିଲା ଭାରତୀୟ ଦଳ। ଟି-୨୦ ସିରିଜ୍‌ ଜିତିବା ପରେ ଅଭିନେତ୍ରୀ ଅନୁଷ୍କା ଶର୍ମା ଭାରତୀୟ କ୍ରିକେଟ ଦଳ ଏବଂ ସ୍ବାମୀ ବିରାଟ କୋହଲିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିଜୟ ପରର ଫଟୋ ଶେୟାର କରି ଅନୁଷ୍କା ଲେଖିଛନ୍ତି, ଜବରଦସ୍ତ ଦଳଗତ ପ୍ରଦର୍ଶନ ମେନ୍‌ ଇନ୍‌ ବ୍ଲୁ। ଶୁଭେଚ୍ଛା ମାଇ ଲଭ୍‌। ଏହା ଲେଖି ଲଭ୍‌ ଇମୋଜୀ ଦେଇଥିଲେ ଅନୁଷ୍କା। ସୂଚନାଯୋଗ୍ୟ, ଅନୁଷ୍କା ଏବେ ଗର୍ଭବତୀ ଅଛନ୍ତି। ଆସନ୍ତା ଜାନୁୟାରୀ ସେ ନିଜର ପ୍ରଥମ ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। ଏହି ସମୟରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟ ଟେଷ୍ଟ ସିରିଜ୍‌ ଖେଳାଯିବ। ପରିବାରକୁ ସମୟ ଦେବା ପାଇଁ ବିରାଟଙ୍କ ପିତୃକାଳୀନ ଛୁଟି ମଞ୍ଜୁରୀ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri