ପତ୍ନୀ ଅନୁଷ୍କାଙ୍କୁ ଏହି ନାମରେ ଡାକନ୍ତି ବିରାଟ: ଆପଣ ଜାଣନ୍ତି କି ତାଙ୍କର ଏସବୁ ସିକ୍ରେଟ୍‌…

ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲୀଙ୍କ ଆଜି ହେଉଛି ହାପି ବର୍ଥ ଡେ। ବ୍ୟକ୍ତିଗତ ଜୀବନ ସହ ଖେଳ ଜୀବନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବିରାଟ ନିଜର ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ବିବାହ ପରେ ଏହା କିଛିଟା କମିଥିଲେ ହେଁ ଆଇପିଏଲ୍‌ ମଇଦାନରେ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ଉପସ୍ଥିତି ଖବର ଶିରୋନାମା ପାଲଟିଥାଏ। ଏବେ ପିତା ମଧ୍ୟ ହେବାକୁ ଯାଉଛନ୍ତି ବିରାଟ। ତେବେ ଜନ୍ମଦିନରେ ଆସନ୍ତୁ ଜାଣିବା ବିରାଟ-ଅନୁଷ୍କାଙ୍କ ସମ୍ପର୍କକୁ ନେଇ କିଛିଟା ଅଜଣା କଥା।

– ଓକିଲ ପ୍ରେମ କୋହଲୀଙ୍କ ପୁଅ ବିରାଟ ୧୯୮୮ ମସିହା ନଭେମ୍ବର ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ। ଦୀର୍ଘ ଦିନ ଧରି ସେ ଅନୁଷ୍କାଙ୍କୁ ଡେଟ୍‌ କରିବା ପରେ ୨୦୧୭ ମସିହା ଡିସେମ୍ବର ୧୧ ତାରିଖରେ ତାଙ୍କୁ ବିବାହ କରିଥିଲେ।

-ଇଟାଲୀରେ ବେଶ୍‌ ଗୋପନୀୟ ଭାବେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ଉଭୟ ପରସ୍ପରକୁ ବେଶ୍‌ ଭଲପାଉଥିବା ବେଳେ କାମକୁ ନେଇ ଜଣେ ଅନ୍ୟଜଣଙ୍କୁ ପ୍ରୋତ୍ସାହିତ କରିଥାନ୍ତି।

-ବିରାଟ ସ୍ନେହରେ ଅନୁଷ୍କାଙ୍କୁ ନୁଷ୍କି ବୋଲି ଡାକିଥାନ୍ତି।

-୨୦୧୩ରେ ବିରାଟ ଏବଂ ଅନୁଷ୍କା ଏକ ବିଜ୍ଞାପନରେ ପରସ୍ପରକୁ ଭେଟିଥିଲେ। ଏହା ପରେ ଉଭୟ ବନ୍ଧୁ ଏବଂ ପରେ ତାହା ବିବାହ ପର୍ଯ୍ୟନ୍ତ ଯାଇଥିଲା।

-ପ୍ରେମରେ ଥିବା ବେଳେ ବିରାଟ ଏକଦା ଦକ୍ଷିଣ ଆଫ୍ରିକା ଗସ୍ତ କରି ଅନୁଷ୍କାଙ୍କ ଘରେ ପହଞ୍ଚି ଯାଇଥିଲେ। ସେଭଳି ଅନୁଷ୍କା ମଧ୍ୟ ୨୦୧୪ରେ ନ୍ୟୁଜିଲାଣ୍ଡରେ ପହଞ୍ଚିଯାଇଥିଲେ। ଏହାପରେ ବିରାଟଙ୍କ ସହ ତାଙ୍କ ସମ୍ପର୍କ ଥିବା ସ୍ପଷ୍ଟ ହୋଇଯାଇଥିଲା।

-ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ବିରାଟ ଶତକ କରିଥିଲେ। ଏହା ପରେ ଅନୁଷ୍କାଙ୍କୁ ସେ ଫ୍ଲାଇଂ କିସ୍‌ ଦେଇଥିଲେ। ଉକ୍ତ ଭିଡିଓ ଏବେ ପର୍ଯ୍ୟନ୍ତ ଭାଇରାଲ ହେଉଛି।

-ଆଇପିଏଲ୍‌ର ଓପନିଂ ଉତ୍ସବବରେ ଅନୁଷ୍କା ଯୋଗଦେବାକୁ ପହଞ୍ଚିଥିଲେ। ଏହା ଦେଖି ବିରାଟ ବେଶ ଖୁସି ହୋଇଯାଇଥିଲେ। ଉକ୍ତ ସମୟର ଫଟୋ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri