ପତ୍ନୀ ଅନୁଷ୍କାଙ୍କୁ ଏହି ନାମରେ ଡାକନ୍ତି ବିରାଟ: ଆପଣ ଜାଣନ୍ତି କି ତାଙ୍କର ଏସବୁ ସିକ୍ରେଟ୍‌…

ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲୀଙ୍କ ଆଜି ହେଉଛି ହାପି ବର୍ଥ ଡେ। ବ୍ୟକ୍ତିଗତ ଜୀବନ ସହ ଖେଳ ଜୀବନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବିରାଟ ନିଜର ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ବିବାହ ପରେ ଏହା କିଛିଟା କମିଥିଲେ ହେଁ ଆଇପିଏଲ୍‌ ମଇଦାନରେ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ଉପସ୍ଥିତି ଖବର ଶିରୋନାମା ପାଲଟିଥାଏ। ଏବେ ପିତା ମଧ୍ୟ ହେବାକୁ ଯାଉଛନ୍ତି ବିରାଟ। ତେବେ ଜନ୍ମଦିନରେ ଆସନ୍ତୁ ଜାଣିବା ବିରାଟ-ଅନୁଷ୍କାଙ୍କ ସମ୍ପର୍କକୁ ନେଇ କିଛିଟା ଅଜଣା କଥା।

– ଓକିଲ ପ୍ରେମ କୋହଲୀଙ୍କ ପୁଅ ବିରାଟ ୧୯୮୮ ମସିହା ନଭେମ୍ବର ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ। ଦୀର୍ଘ ଦିନ ଧରି ସେ ଅନୁଷ୍କାଙ୍କୁ ଡେଟ୍‌ କରିବା ପରେ ୨୦୧୭ ମସିହା ଡିସେମ୍ବର ୧୧ ତାରିଖରେ ତାଙ୍କୁ ବିବାହ କରିଥିଲେ।

-ଇଟାଲୀରେ ବେଶ୍‌ ଗୋପନୀୟ ଭାବେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ଉଭୟ ପରସ୍ପରକୁ ବେଶ୍‌ ଭଲପାଉଥିବା ବେଳେ କାମକୁ ନେଇ ଜଣେ ଅନ୍ୟଜଣଙ୍କୁ ପ୍ରୋତ୍ସାହିତ କରିଥାନ୍ତି।

-ବିରାଟ ସ୍ନେହରେ ଅନୁଷ୍କାଙ୍କୁ ନୁଷ୍କି ବୋଲି ଡାକିଥାନ୍ତି।

-୨୦୧୩ରେ ବିରାଟ ଏବଂ ଅନୁଷ୍କା ଏକ ବିଜ୍ଞାପନରେ ପରସ୍ପରକୁ ଭେଟିଥିଲେ। ଏହା ପରେ ଉଭୟ ବନ୍ଧୁ ଏବଂ ପରେ ତାହା ବିବାହ ପର୍ଯ୍ୟନ୍ତ ଯାଇଥିଲା।

-ପ୍ରେମରେ ଥିବା ବେଳେ ବିରାଟ ଏକଦା ଦକ୍ଷିଣ ଆଫ୍ରିକା ଗସ୍ତ କରି ଅନୁଷ୍କାଙ୍କ ଘରେ ପହଞ୍ଚି ଯାଇଥିଲେ। ସେଭଳି ଅନୁଷ୍କା ମଧ୍ୟ ୨୦୧୪ରେ ନ୍ୟୁଜିଲାଣ୍ଡରେ ପହଞ୍ଚିଯାଇଥିଲେ। ଏହାପରେ ବିରାଟଙ୍କ ସହ ତାଙ୍କ ସମ୍ପର୍କ ଥିବା ସ୍ପଷ୍ଟ ହୋଇଯାଇଥିଲା।

-ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ବିରାଟ ଶତକ କରିଥିଲେ। ଏହା ପରେ ଅନୁଷ୍କାଙ୍କୁ ସେ ଫ୍ଲାଇଂ କିସ୍‌ ଦେଇଥିଲେ। ଉକ୍ତ ଭିଡିଓ ଏବେ ପର୍ଯ୍ୟନ୍ତ ଭାଇରାଲ ହେଉଛି।

-ଆଇପିଏଲ୍‌ର ଓପନିଂ ଉତ୍ସବବରେ ଅନୁଷ୍କା ଯୋଗଦେବାକୁ ପହଞ୍ଚିଥିଲେ। ଏହା ଦେଖି ବିରାଟ ବେଶ ଖୁସି ହୋଇଯାଇଥିଲେ। ଉକ୍ତ ସମୟର ଫଟୋ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri