କି ଦୋଷ କଲେ ଅନୁଷ୍କା ଶର୍ମା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଆଜିକାଲି ତାଙ୍କ ଗର୍ଭାବସ୍ଥାକୁ ଉପଭୋଗ କରୁଛନ୍ତି। ତେବେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଖରାପ ପ୍ରଦର୍ଶନ ଯୋଗୁଁ ଅନୁଷ୍କା ଶର୍ମା ଅନେକ ଥର ଟ୍ରୋଲର ଟାର୍ଗେଟରେ ଆସିଛନ୍ତି। ଏବେ ପୁଣି ଥରେ ତାଙ୍କୁ ଟୁଇଟରରେ ଟାର୍ଗେଟ କରାଯାଇଛି। ଭାରତ ଏବଂ ଅଷ୍ଟ୍ରେଲିଆ ମ୍ୟାଚରେ ଟିମ ଇଣ୍ଡିଆ ୮ ଉଇକେଟରେ ପରାଜିତ ହୋଇଛି। ଏହି କାରଣରୁ କ୍ରିକେଟ ପ୍ରେମୀମାନେ ଭାଙ୍ଗି ପଡି ଅନୁଷ୍କାଙ୍କୁ ଟ୍ରୋଲ କରିଛନ୍ତି। ୟଜର୍ସ କହିଛନ୍ତି ଭାରତୀୟ ଦଳ ଅପେକ୍ଷା ବିରାଟ କୋହଲିଙ୍କ ଧ୍ୟାନ ପରିବାର ଉପରେ ଅଧିକ, ଯେଉଁଥିପାଇଁ ଦଳକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। କ୍ରୋଧିତ ପ୍ରଶଂସକମାନେ ସୋସିଆଲ ମିଡିଆରେ ମିମ୍ସ ମାଧ୍ୟମରେ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କୁ ଟାର୍ଗେଟ କରିଛନ୍ତି। ସୂଚନାଯୋଗ୍ୟ, ଏହି ମ୍ୟାଚରେ ଭାରତୀୟ ଦଳ ମାତ୍ର ୩୬ ରନ ଅଲଆଉଟ୍‌ ହୋଇଯାଇଥିଲା। କ୍ରିକେଟ୍‌ ଇତିହାସରେ ଭାରତର ,ହା ସର୍ବନିମ୍ନ ସ୍କୋର ଥିଲା। ଏଭଳି ପରିସ୍ଥିତିରେ ୟୁଜର୍ସ ବିରାଟ କୋହଲିଙ୍କୁ ଅଧିନାୟକତ୍ୱରୁ ହଟାଇବାକୁ ଦାବି କରିଛନ୍ତି। ଏଥି ସହିତ କିଛି ୟୁଜର୍ସ ଅନୁଷ୍କା ଶର୍ମାଙ୍କୁ ଭାରତର ପରାଜୟର କାରଣ କହୁଛନ୍ତି। ଏହାପୂର୍ବରୁ ମଧ୍ୟ ଟିମ ଇଣ୍ଡିଆର ଖରାପ ପ୍ରଦର୍ଶନ ଯୋଗୁ ଅନୁଷ୍କା ଟ୍ରୋଲର ଶିକାର ହୋଇଛନ୍ତି। ତେବେ କିଛି ପୂର୍ବତନ କ୍ରିକେଟର୍‌ ଅନୁଷ୍କାକୁ ଦୋଷ ନ ଦେବାକୁ ପ୍ରଶଂସକଙ୍କୁ ଅନୁରୋଧ କରିଛନ୍ତି। ଦଳ ପରାଜୟରେ ଅନୁଷ୍କାଙ୍କୁ କି ଦୋଷ ବୋଲି ସେମାନେ ପ୍ରଶ୍ନ କରିଛନ୍ତି।

https://twitter.com/JigarPeTrigger/status/1340227929498738689


Enter your email to get our daily news in your inbox.

All Right Reserved By Dharitri.Com

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri