ବାହା ହେବେ ଅନୁଷ୍କା ସେଟ୍ଟୀ, ଜାଣନ୍ତି କିଏ ସେହି ଲକି ବୟ…?

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କ ବିବାହକୁ ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ଅନୁଷ୍କା କେବେ ଏବଂ କାହାକୁ ବିବାହ କରିବେ, ସେ ନେଇ ତାଙ୍କ ପ୍ରଶଂସକମାନେ ଦୀର୍ଘ ଦିନରୁ ଅପେକ୍ଷା କରି ରହିଛନ୍ତି। ସାମ୍ନାକୁ ଆସୁଥିବା ନୂଆ ରିପୋର୍ଟ ଅନୁଯାୟୀ, ଅନୁଷ୍କା ଖୁବଶୀଘ୍ର ଜଣେ ବ୍ୟବସାୟୀଙ୍କ ହାତ ଧରିପାରନ୍ତି।

ବିଭିନ୍ନ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଅନୁଷ୍କା ଯେଉଁ ବ୍ୟକ୍ତିଙ୍କୁ ବିବାହ କରିବାକୁ ଯାଉଛନ୍ତି, ସେ ଫିଲ୍ମ ଇଣ୍ଡଷ୍ଟ୍ରି ସହ ଜଡ଼ିତ ନୁହନ୍ତି। ସେ ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ପରିବାରରୁ ଆସିଛନ୍ତି। କୁହାଯାଉଛି ଯେ, ଉକ୍ତ ବ୍ୟକ୍ତିଙ୍କର ଅନୁଷ୍କାଙ୍କ ପରିବାର ସହ ଉତ୍ତମ ସମ୍ପର୍କ ରହିଛି ଏବଂ ଉଭୟଙ୍କ ମଧ୍ୟରେ ଭଲ ବଣ୍ଡିଂ ମଧ୍ୟ ଅଛି। ତେବେ ଏହି ଖବରକୁ ନେଇ ଅନୁଷ୍କା କିମ୍ବା ତାଙ୍କ ପରିବାର ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ଆଧିକାରିକ ବୟାନ ଜାରି କରାଯାଇ ନାହିଁ।

ଦିନେ ଅନୁଷ୍କା ଶେଟ୍ଟୀଙ୍କ ନାମ ସାଉଥ ସୁପରଷ୍ଟାର ପ୍ରଭାସଙ୍କ ସହ ବେଶ ଚର୍ଚ୍ଚାରେ ରହିଥିଲା। ’ବିଲ୍ଲା’, ’ମିର୍ଚି’ ଏବଂ ପରେ ’ବାହୁବଳୀ’ ସିରିଜ୍‌ର ଅପାର ସଫଳତା ପରେ ଏହି ଯୋଡ଼ି ସାରା ବିଶ୍ୱରେ ଫେମସ ହୋଇଥିଲେ। ପରଦା ଉପରେ ଏହି ଦୁଇ ଜଣଙ୍କ କେମିଷ୍ଟ୍ରିକୁ ଦେଖି ସେମାନେ ପ୍ରେମ ସମ୍ପର୍କରେ ଥିବା ନେଇ ଚର୍ଚ୍ଚା ହେଉଥିଲା। କିନ୍ତୁ ଉଭୟ ପ୍ରଭାସ ଏବଂ ଅନୁଷ୍କା ସବୁବେଳେ ପରସ୍ପରକୁ କେବଳ “ଭଲ ସାଙ୍ଗ” ବୋଲି କହି ଆସିଛନ୍ତି।

ଅନୁଷ୍କା ନିଜର ଶକ୍ତିଶାଳୀ ଅଭିନୟ ଏବଂ ’ଅରୁନ୍ଧତୀ’ ଓ ’ଦେବସେନା’ ଭଳି ଚରିତ୍ର ପାଇଁ ଘରେ ଘରେ ପରିଚିତ। ଯଦିଓ ସେ ଏବେ ଫିଲ୍ମରୁ ସାମାନ୍ୟ ଦୂରେଇ ରହିଛନ୍ତି, ତଥାପି ତାଙ୍କର ବ୍ୟକ୍ତିଗତ ଜୀବନକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ସବୁବେଳେ ଉତ୍ସାହ ଦେଖିବାକୁ ମିଳେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri