ଗଣମାଧ୍ୟମ, ଫଟୋଗ୍ରାଫରଙ୍କୁ ଧନ୍ୟବାଦ ଜଣାଇଲେ ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଅନ୍ୟ ଅଭିନେତ୍ରୀମାନଙ୍କ ଅପେକ୍ଷା ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌। ଅନୁଷ୍କା ସବୁବେଳେ ପ୍ରଶଂସକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ତାଙ୍କ ଫଟୋ ଏବଂ ଭିଡିଓ ଶେୟାର କରିଥାନ୍ତି।

ଏବେ ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ଫଟୋଗ୍ରାଫର ଏବଂ ମିଡିଆକୁ ଧନ୍ୟବାଦ ଦେଇଛନ୍ତି। ଯାହା ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଏହି ପୋଷ୍ଟରେ ଅନୁଷ୍କା ବର୍ତ୍ତମାନ ପର୍ଯ୍ୟନ୍ତ ଝିଅ ଭାମିକାଙ୍କର କୌଣସି ଫଟୋ ପୋଷ୍ଟ ନ କରିଥିବାରୁ ଫଟୋଗ୍ରାଫର ଏବଂ ଗଣମାଧ୍ୟମକୁ ଧନ୍ୟବାଦ ଦେଇଛନ୍ତି। ଏଥିସହିତ ଭାମିକା ଫ୍ୟାନ୍‌ କ୍ଲବ୍‌କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।

ଅଭିନେତ୍ରୀ ତାଙ୍କ ନୋଟ୍‌ରେ ଲେଖିଛନ୍ତି, ‘ଆମେ ଭାରତୀୟ ଫଟୋଗ୍ରାଫରଙ୍କୁ ହୃଦୟରୁ ଧନ୍ୟବାଦ ଦେଉଛୁ ଏବଂ ବିଶେଷକରି ଗଣମାଧ୍ୟମ ଯେଉଁମାନେ ଭାମିକାଙ୍କର କୌଣସି ଫଟୋ କିମ୍ବା ଭିଡିଓ ପ୍ରକାଶ କରିନାହାନ୍ତି। ପିତାମାତା ଭାବରେ, ଆମେ ଆମର ଶିଶୁ କନ୍ୟାର ଗୋପନୀୟତା ଚାହୁଁ। ଗଣମାଧ୍ୟମ ଏବଂ ସୋସିଆଲ ମିଡିଆ ଠାରୁ ଦୂରରେ ଜୀବନ ବିତାଇବାର ସ୍ବାଧୀନତା ଦେବା ପାଇଁ ଆମେ ଯଥାସମ୍ଭବ ଚେଷ୍ଟା କରିବୁ।

ସ୍ମରଣଥାଉକି, ଜାନୁୟାରୀ ୧୧ରେ ଭାମିକାଙ୍କୁ ଜନ୍ମ ଦେଇଥିଲେ ଅନୁଷ୍କା। ଆଉ କିଛିଦିନ ପରେ ଭାମିକାଙ୍କୁ ବର୍ଷେ ପୂରିବ। କିନ୍ତୁ ଏପର୍ଯ୍ୟନ୍ତ ତାଙ୍କର କୌଣସି ଫଟୋ କେଉଁଠି ଶେୟାର କରାଯାଇନାହିଁ। ବିରାଟ ଏବଂ ଅନୁଷ୍କା ବହୁ ଯତ୍ନବାନ। ଭାମିକାଙ୍କର ଯେମିତି କୌଣସି ଫଟୋ କୌଣସି ସ୍ଥାନରେ ଲିକ୍‌ ନ ହେଉ। ଏପରିକି ସେ ଭାମିକାଙ୍କ ଫଟୋ ନ ଉଠାଇବା ପାଇଁ ଫଟୋଗ୍ରାଫରଙ୍କୁ ମଧ୍ୟ ପୂର୍ବରୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri