କାନ୍ସର ରେଡ୍‌ କାର୍ପେଟରେ ଚାଲିବେ ଅନୁଷ୍କା

ମୁମ୍ବାଇ: ବିଶ୍ୱର ସବୁଠାରୁ ବଡ଼ ଫିଲ୍ମ ଫେଷ୍ଟିଭାଲ ଭାବେ ପରିଚିତ କାନ୍ସ ଫ୍ରାନ୍ସର ଉପକୂଳବର୍ତ୍ତୀ ଫ୍ରେଞ୍ଚ ରିଭେରାଠାରେ ମେ’ ୧୬ରୁ ଆରମ୍ଭ ହେବାକୁ ଯାଉଛି। ଏଥିରେ ବହୁ ନାମୀଦାମୀ କଳାକାର ଯୋଗଦେବେ। ପୂର୍ବରୁ ଏହି କାନ୍ସର ରେଡ୍‌ କାର୍ପେଟରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ଦୀପିକା ପାଦୁକୋନ ସାମିଲହୋଇ ବଲିଉଡ୍‌କୁ ଗୌରବାନ୍ବିତ କରିଛନ୍ତି। ତେବେ ଏଥର ଏହି ତାଲିକାରେ ଅନୁଷ୍କା ଶର୍ମା, ମାନୁଷୀ ଛିଲ୍ଲର, ବିଜୟ ବର୍ମା, ଆଦିତି ରାଓ ହାଇଦରି, ସୋନମ କେ, ଅନୁରାଗ କଶ୍ୟପ ଯୋଡି ହୋଇଛନ୍ତି। ଅନୁଷ୍କା ପ୍ରଥମ ଥର ପାଇଁ କାନ୍ସ ଫେଷ୍ଟିଭାଲରେ ଯୋଗଦେବାକୁ ଯାଉଛନ୍ତି। ଏଥିରେ ମହିଳା ଏବଂ ପୁରୁଷଙ୍କ ଡ୍ରେସ୍‌ କୋଡ୍‌ ସ୍ଥିର କରାଯାଇଛି। ଏହା କଡ଼ାକଡ଼ି ଭାବେ ପାଳନ କରିବାକୁ ପଡେ। ମହିଳାଙ୍କ ପାଇଁ କକ୍‌ଟେଲ ପୋଷାକ ବ୍ଲାକ୍‌ ଟପ୍‌, ବ୍ଲାକ୍‌ ଟ୍ରାଉଜର ଏବଂ ଡାର୍କ ଟ୍ରାଉଜର କିମ୍ବା ଅନ୍ୟ ଫର୍ମାଲ ପୋଷାକ ବିକଳ୍ପ ରହିଛି। ପୁରୁଷଙ୍କ ପାଇଁ ଡିନର ଜ୍ୟାକେଟ କିମ୍ବା ସୁଟ୍‌ ସହ ଏଲିଗାଣ୍ଟ ସୁଜ୍‌ ପିନ୍ଧିବାକୁ ନିୟମ ହୋଇଛି। ସେଲିବ୍ରିଟିଙ୍କ ବ୍ୟତୀତ ଖବରଦାତା ଏବଂ ଚଳଚ୍ଚିତ୍ର ସମାଲୋଚକମାନେ ମଧ୍ୟ ଏହି ଉତ୍ସବରେ ଯୋଗଦେଇପାରିବେ। ଅନୁଷ୍କା ଏ ପର୍ଯ୍ୟନ୍ତ ଅନେକ ହିଟ୍‌ ମୁଭି ଦର୍ଶକଙ୍କୁ ଭେଟି ଦେଇଥିବାବେଳେ ଶେଷ ଥର ପାଇଁ ତାଙ୍କୁ ‘ଚକ୍‌ଦା ଏକ୍ସପ୍ରେସ୍‌’ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri