ବିରାଟଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅନୁଷ୍କା

ମୁମ୍ବାଇ: ‘କ୍ରିକେଟ ମେଶିନ’ କୁହାଯାଉଥିବା ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଚମତ୍କାର ବ୍ୟାଟିଂକୁ ସମସ୍ତେ ଦେଖିଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ବିରାଟ ଥରେ ଜଣେ କ୍ରିକେଟରଙ୍କୁ ଜିରୋ ବଲ୍‌ରେ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଦେଇଥିଲେ। ବିରାଟଙ୍କ ୩୫ତମ ଜନ୍ମଦିନରେ ଅଭିନେତ୍ରୀ ତଥା ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଏହି ମୁହୂର୍ତ୍ତକୁ ମନେ ପକାଇ ସ୍ବାମୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଶଂସକ ଏବଂ ସେଲିବ୍ରିଟିମାନେ ବିରାଟଙ୍କୁ ସୋସିଆଲ ମିଡିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି। ଏହି ସମୟରେ ସମସ୍ତେ ଅନୁଷ୍କା ଶର୍ମାଙ୍କ ପୋଷ୍ଟକୁ ଅପେକ୍ଷା କରିଥିଲେ, ଯାହା ବର୍ତ୍ତମାନ ଶେଷ ହୋଇଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ମଜାଳିଆ ଢଙ୍ଗରେ ଅଭିନେତ୍ରୀ ତାଙ୍କ ସ୍ବାମୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ଅନୁଷ୍କା ତାଙ୍କ ଇନ୍‌ଷ୍ଟାଗ୍ରାମରେ ଜିରୋ ବଲରେ କୋହଲିଙ୍କ ଆଉଟ୍‌ ଉପରେ ଏକ ଆର୍ଟିକିଲର ସ୍କ୍ରିନଶଟ୍‌ ଶେୟାର କରିଛନ୍ତି। ଏହି ଆର୍ଟିକିଲରେ ବିରାଟଙ୍କ ସେହି ମ୍ୟାଚ ବିଷୟରେ ଉଲ୍ଲେଖ ରହିଛି। ଯେତେବେଳେ କ୍ରିକେଟର କେଭିନ ପିଟରସନଙ୍କୁ ଜିରୋ ବଲ୍‌ରେ ଆଉଟ୍‌ କରିଥିଲେ। ୨୦୧୧ର ଟି-୨୦ ମ୍ୟାଚ୍‌ ସମୟରେ ଘଟିଥିଲା।

ଏହି ପୋଷ୍ଟ ସହିତ ଅନୁଷ୍କା ଏକ ମଜାଦାର କ୍ୟାପ୍‌ଶନ ଲେଖିଛନ୍ତି। ସ୍ବାମୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଅନୁଷ୍କା କହିଛନ୍ତି, ‘ସେ ତାଙ୍କ ଜୀବନର ପ୍ରତ୍ୟେକ ଭୂମିକାରେ ପ୍ରକୃତରେ ଅସାଧାରଣ ଅଟନ୍ତି। ତଥାପି ସେ ତାଙ୍କର ଚମତ୍କାର କ୍ୟାପ୍‌ରେ ଆହୁରି ଅଧିକ ପର ଯୋଡିବାରେ ଲାଗିଛନ୍ତି। ମୁଁ ଆପଣଙ୍କୁ ଏହି ଜଗତ ତଥା ଚିରଦିନ ପାଇଁ, ପ୍ରତ୍ୟେକ ରୂପରେ ଅଧିକ ଭଲପାଇବା କାମନା କରୁଛି।’ ଯାହା ବି ହେଉ ନା କାହିଁକି, ମୁଁ ତୁମକୁ ବହୁତ ଭଲ ପାଏ।’ ଅନୁଷ୍କାଙ୍କ ଏହି ପୋଷ୍ଟ ଏବେ ଖୁବ୍‌ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri