ବିରାଟଙ୍କ ଫଟୋ ଶେୟାର କରି ଅନୁଷ୍କା ଲେଖିଲେ ଏମିତି

ମୁମ୍ବାଇ: ଆଜି ଅର୍ଥାତ୍‌ ନଭେମ୍ବର ୪ରେ ହେଉଛି ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଜନ୍ମଦିନ। ଏହି ଉପଲକ୍ଷେ ସେଲିବ୍ରିଟିଙ୍କ ଠାରୁ ଆରମ୍ଭ କରି ତାଙ୍କ ପ୍ରଶଂସକଙ୍କ ପର୍ଯ୍ୟନ୍ତ ସମସ୍ତେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। କିନ୍ତୁ ସବୁଠାରୁ ସ୍ବତନ୍ତ୍ର ରହିଛି ବିରାଟଙ୍କ ଲେଡି ଲଭ୍‌ ଅର୍ଥାତ୍‌ ଅନୁଷ୍କାଙ୍କ ଶୁଭେଚ୍ଛା ବାର୍ତ୍ତା।

ଅନୁଷ୍କା ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌। ଅନେକ ସମୟରେ ସେ ନିଜର ତଥା ପରିବାରର ଫଟୋ ଶେୟାର କରିଥାନ୍ତି। ଆଜି ବି ଅନୁଷ୍କା ତାଙ୍କ ଅଫିସିଆଲ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ବିରାଟଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି। ଅନୁଷ୍କା ବିରାଟଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ବିରାଟ ଅନୁଷ୍କାଙ୍କୁ ଆଲିଙ୍ଗନ କରୁଥିବା ଦେଖିବାକୁ ମିଳିଛି। ଦୁହେଁ ଏହି ପୋଜ୍‌ରେ ବହୁତ ସୁନ୍ଦର ଦେଖାଯାଉଛନ୍ତି।

ଫଟୋ ଶେୟାର କରି ଅନୁଷ୍କା କ୍ୟାପଶନ ଲେଖିଛନ୍ତି, ଏହି ଫଟୋ ଏବଂ ତୁମର ଜୀବନଶୈଳୀ ପାଇଁ କୌଣସି ଫିଲ୍ଟରର ଆବଶ୍ୟକ ନାହିଁ। ତୁମେ ସଚ୍ଚୋଟତା ଏବଂ ସାହସିକତାକୁ ନେଇ ଗଢ଼ା ହୋଇଛ। ଯେଉଁ ସାହସ ଚିନ୍ତାକୁ ଭୁଲାଇ ଦିଅଏ। ମୁଁ ତୁମ ବ୍ୟତୀତ ଅନ୍ୟ କାହାକୁ ଜାଣେ ନାହିଁ, ଯିଏ ନିଜକୁ ଖରାପ ସମୟରୁ ଉଠାଇ ପାରିବ। ତୁମେ ଭଲରେ ବଢୁଛ। ମୁଁ ଦୁନିଆକୁ ଏହା କହିବାକୁ ଚାହେଁ କି ତୁମେ ସ୍ବତନ୍ତ୍ର।

ଅନୁଷ୍କା ଆହୁରି ଲେଖିଛନ୍ତି, ସବୁକିଛି ଅଧିକ ସୁନ୍ଦର କରିଥିବାରୁ ଧନ୍ୟବାଦ। ଜନ୍ମଦିନର ଶୁଭେଚ୍ଛା। ଏଥି ସହିତ ବିରାଟ କୋହଲି ମଧ୍ୟ ଅନୁଷ୍କାଙ୍କ ଏହି ପୋଷ୍ଟରେ ପ୍ରତିକ୍ରିୟା ପ୍ରକାଶ କରି ଲେଖିଛନ୍ତି, ‘ତୁମେ ମୋର ଶକ୍ତି। ତୁମେ ମୋତେ ରାସ୍ତା ଦେଖାଇବାର ଶକ୍ତି। ଭଗବାନଙ୍କୁ ମୁଁ ପ୍ରତିଦିନ ଧନ୍ୟବାଦ ଦେଉଛି କି ତୁମେ ମୋ ସହ ଅଛ। ଆଇ ଲଭ୍‌ ୟୁ।

ବିରାଟ-ଅନୁଷ୍କାଙ୍କ ସୋସିଆଲ ମିଡିଆ ବାର୍ତ୍ତାଳପକୁ ପ୍ରଶଂସକମାନେ ବେଶ୍‌ ପସନ୍ଦ କରିବା ସହ ସେମାନେ ମଧ୍ୟ ସୁନ୍ଦର ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri