ବିରାଟ-ଅନୁଷ୍କା ଝିଅର ନାମ କ’ଣ ରଖିଲେ ଜାଣନ୍ତୁ…

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସୋମବାର ପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା କନ୍ୟା ସନ୍ତାନର ଜନନୀ ହୋଇଛନ୍ତି। ଅନୁଷ୍କା ଏବଂ ଝିଅ ଉଭୟ ଭଲରେ ଥିବା ବିରାଟ କହିଛନ୍ତି। ବିରାଟ ସୋସିଆଲ ମିଡିଆରେ ଏକ ନୋଟ୍‌ ଲୋଖି ନିଜ ପ୍ରଶଂସକଙ୍କ ସହ ଏହି ଖୁସି ଖବର ବାଣ୍ଟିଛନ୍ତି। ତେବେ ବିରାଟଙ୍କ ଏହି ଟୁଇଟ୍‌ ପରେ ବିରୁଷ୍କା ଝିଅର ନାମ କ’ଣ ରଖିଲେ ତାହା ଜାଣିବା ପାଇଁ ପ୍ରଶଂସକଙ୍କମାନେ ଚାହିଁ ବସିଛନ୍ତି। ଏପରିକି ଅଧିକାଂଶ ପ୍ରଶଂସକ ତାଙ୍କୁ ଝିଅର ନାମ ସଜେଷ୍ଟ ମଧ୍ୟ କରିଛନ୍ତି। ତେବେ ବିରୁଷ୍କା ଝିଅର ନାମ ଫାଇନାଲ କରିସାରିଛନ୍ତି। ଏ ନେଇ ଅଫିସିଆଲି କିଛି ଘୋଷଣା କରାଯାଇ ନାହିଁ।
ମିଡିଆ ରିପୋର୍ଟ ଅନୁଯାୟୀ, ବିରାଟ ଏବଂ ଅନୁଷ୍କା ଝିଅର ନାମ ଅନ୍‌ଭି ରଖିଛନ୍ତି। ଏହି ନାମ ଅନୁଷ୍କାଙ୍କ ପ୍ରଥମ ଅକ୍ଷର ଏଏନ୍‌ ଏବଂ ବିରାଟଙ୍କ ଭିଆଇକୁ ମିଶାଇ ରଖାଯାଇଛି। ଅନ୍‌ଭି ହିନ୍ଦୁ ଧର୍ମର ଏକ ଦେବୀଙ୍କ ନାମ। ଦେଶର ଅନେକ ସ୍ଥାନରେ ମା’ ଲକ୍ଷ୍ମୀ ଅନ୍‌ଭି ନାମରେ ପରିଚିତ। ଅନ୍‌ଭିକୁ ଜଙ୍ଗଲର ଦେବୀ ମଧ୍ୟ କୁହାଯାଏ।
ସୂଚନାଯୋଗ୍ୟ, କୋହଲି ଏବଂ ଅନୁଷ୍କା ୨୦୧୭ ଡିସେମ୍ବର ୧୧ରେ ଇଟାଲୀରେ ବିବାହ କରିଥିଲେ। ଗତ ଅଗଷ୍ଟରେ ଉଭୟ ମାତାପିତା ହେବା ନେଇ ସୋସିଆଲ ମିଡିଆରେ ଘୋଷଣା କରିଥିଲେ। ଅନୁଷ୍କାଙ୍କୁ ସମୟ ଦେବା ପାଇଁ ବିରାଟ ଅଷ୍ଟ୍ରେଲିଆ ଗସ୍ତରୁ ଅଧାରୁ ପଳାଇ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

୨୦୨୭ରେ ମେଷ ରାଶିକୁ ଯିବେ ଶନି: ବର୍ଷ ଆରମ୍ଭରୁ ଆର୍ଥିକ ସମସ୍ୟାରେ ବୁଡିରହିବେ ଏହି ରାଶି, ଏମାନଙ୍କ ଉପରେ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଅନୁଶାସନ, କର୍ମ ଓ ନ୍ୟାୟର ଗ୍ରହ ବୋଲି ମନେ କରାଯାଏ। ଅନ୍ୟ ଗ୍ରହଙ୍କ ତୁଳନାରେ ଶନିଙ୍କ ଗତି ଧୀର ହୋଇଥିବାରୁ ତାଙ୍କ…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?