ଚିନ୍ତା ବଢ଼ାଇଲାଣି ଲଘୁଚାପ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ସମ୍ଭାବ୍ୟ ଲଘୁଚାପ ଚାଷୀକୁଳ ଚିନ୍ତା ବଢ଼ାଇ ଦେଇଛି। ବିଲରେ ପାଚିଲା ଧାନ ଲହଡି ଭାଙ୍ଗୁଛି। ଗତ ୨ଦିନ ହେବ ଚାଷୀମାନେ ପାଚିଲା ଓ ଦରପାଚିଲା ଧାନକୁ କାଟି ଖଳାକୁ ବୋହିବାରେ ଲାଗିଛନ୍ତି। ଚାଷୀମାନଙ୍କର ନିଦ ହଜି ଯାଇଛି। କେବଳ ଧାନ ନୁହେଁ ବିରି, ମୁଗ, ଚିନାବାଦାମ, ଆଳୁ ଏବଂ ଅନ୍ୟାନ୍ୟ ପନିପରିବା ଚାଷ ମଧ୍ୟ ବର୍ଷା ପବନ ମାଡ଼ରେ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଗତ କିଛିଦିନ ତଳେ ହୋଇଥିବା ଲଘୁଚାପ ବର୍ଷାର ଓଦା ଶୁଖି ନ ଥିବା ବେଳେ ଆଉ ଏକ ଲଘୁଚାପ ପରିସ୍ଥିତିକୁ ଆହୁରି ଜଟିଳ କରିବା ଆଶଙ୍କା ସୃଷ୍ଟି ହୋଇଛି।
ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଡିସେମ୍ବର ୩ ତାରିଖ ଲଘୁଚାପ ଘନୀଭୂତ ହୋଇ ଉପକୂଳମୁହାଁ ହେବ। ଏହା ୪ ତାରିଖରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଉପକୂଳ ଛୁଇଁବା ବେଳକୁ ପବନର ଗତି ଘଣ୍ଟାପ୍ରତି ୭୦ରୁ ୮୦ କି.ମି. ହେବ ବୋଲି ପୂର୍ବାନୁମାନ କରାଯାଇଛି। ଓଡ଼ିଶା ଉପକୂଳରେ ୪୫ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ୩ ତାରିଖ ରାତିରୁ ଗଞ୍ଜାମ, ଗଜପତି, ରାୟଗଡ଼ା ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଡିସେମ୍ବର ୪ ଓ ୫ ତାରିଖରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଅନୁଗୋଳ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ଗଜପତି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପୁରୀ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଅର୍ଥାତ୍‌ ୧୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ୨ ତାରିଖ ପୂର୍ବରୁ ସମୁଦ୍ରରୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି। ତେବେ ରାଜ୍ୟର କେଉଁ ଜିଲାରେ କେତେ ବର୍ଷା ହେବା ସମ୍ଭାବନା ରହିଛି, ତାହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ପଷ୍ଟ ହେବ। ଏବେ ଧାନ ପାଚି ଅମଳ ସମୟ ହୋଇଥିବାରୁ ଏହି ବର୍ଷା ଚାଷୀ ଓ ଚାଷ କାର୍ଯ୍ୟ ପାଇଁ ଘାତକ ହେବ ବୋଲି ଆଶଙ୍କା କରାଯାଉଛି।
ପବନ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଓଡ଼ିଶା କୃଷି ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ପକ୍ଷରୁ ଚାଷୀମାନଙ୍କୁ କେତେକ ପରାମର୍ଶ ଦିଆଇଛି। ବର୍ଷା ପୂର୍ବରୁ ୮୫ ପ୍ରତିଶତ ପାଚି ଯାଇଥିବା ଧାନ କାଟି ଆଣିବା ସହ କଟାଯାଇଥିବା ଧାନକୁ ତୁରନ୍ତ ସୁରକ୍ଷିତ ସ୍ଥାନରେ ରଖି ପଲିଥିନ ଘୋଡ଼ାଇବାକୁ କୁହାଯାଇଛି। ଧାନ ଜମିରୁ ବଳକା ପାଣି ନିଷ୍କାସନ ପାଇଁ ନାଳି କରିବା ଦରକାର। ଧାନ ଗଛ ପଡ଼ିଯାଇଥିଲେ ବର୍ଷା ପରେ ହଳା କରି ଠିଆ କରିବାକୁ କୁହାଯାଇଛି। ବର୍ଷା ଛାଡ଼ି ଖରା ହେଲେ କେଣ୍ଡାକଟା ପୋକ ଲାଗିବା ସମ୍ଭାବନା ରହିଛି। ରବି ଫସଲ ବୁଣିବା ବା ଲଗାଇବା କାର୍ଯ୍ୟକୁ ସାମୟିକ ସ୍ଥଗିତ ରଖିବାକୁ ଓୟୁଏଟି ପରାମର୍ଶ ଦେଇଛି।
ସମ୍ଭାବ୍ୟ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସତର୍କ ସୂଚନା ଜାରି କରିଛନ୍ତି। ଏଥିରେ ଜିଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଧାନକଟା ସମୟ ଚାଲିଥିବାରୁ ବର୍ତ୍ତମାନ ବିଲରେ ଧାନ ପଡିରହିଛି। କେତେକ ଜିଲାରେ କଟା ମଧ୍ୟ ଜାରି ରହିଛି । ଲଘୁଚାପ ସୃଷ୍ଟି ହେଲେ ଆସନ୍ତା ୩ରୁ ୫ ତାରିଖ ଯାଏ ବର୍ଷା ହେବ। ଏହା ପୂର୍ବରୁ ଚାଷୀମାନେ ସେମାନଙ୍କ ଜମିରୁ ଧାନ କାଟିଆଣିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା ପରାମର୍ଶ ଦେଇଛନ୍ତି। ଅନ୍ୟ ପକ୍ଷରେ ରାଜ୍ୟରେ ଗତ ଦୁଇଦିନ ହେବ ଶୀତ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସି ଯାଇଛି। ଉତ୍ତର ଦିଗରୁ ରାଜ୍ୟକୁ ଥଣ୍ଡା ବାୟୁ ପ୍ରବାହିତ ହେଉଥିବାରୁ ଶୀତ ବଢିଛି। ଆସନ୍ତା ୨ ତାରିଖ ଯାଏ ଏଭଳି ପାଗ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଲଘୁଚାପ ଯୋଗୁ ୩ ତାରିଖରୁ ଶୀତ କମିବ । ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ଫୁଲବାଣୀରେ ୧୦ ଡିଗ୍ରୀ, ଟିଟିଲାଗଡ଼ ୧୧.୮, କେନ୍ଦୁଝର ୧୨.୪, ଝାରସୁଗୁଡ଼ା ୧୨.୬, ହୀରାକୁଦ ୧୩.୪, ଭବାନୀପାଟଣା ୧୩.୫, ଅନୁଗୋଳ ୧୩.୬, ସମ୍ବଲପୁର ୧୩.୭ ଓ ରାଜ୍ୟର ଅନ୍ୟାନ୍ୟ ଭାଗରେ ସର୍ବନିମ୍ନ ତାପମାତ୍ରାରେ ୪ରୁ ୫ ଡିଗ୍ରୀ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri