Posted inଖେଳ

ଭାରତ, ପାକିସ୍ତାନ ମ୍ୟାଚ୍‌କୁ ନେଇ ଉତ୍କଣ୍ଠା

କଲମ୍ବୋ,୩୦ା୮(ପି.ଟି.): ବହୁ ପ୍ରତୀକ୍ଷିତ ଏସିଆ କପ୍‌ କ୍ରିକେଟ୍‌ ବୁଧବାର ଠାରୁ ଆରମ୍ଭ ହେବାକୁ ଯାଉଛି। ଆସନ୍ତା ଦିନିକିଆ କ୍ରିକେଟ ବିଶ୍ୱକପ ପୂର୍ବରୁ ଏହାକୁ ପ୍ରସ୍ତୁତିର ସିରିଜ୍‌ ଭାବରେ ବିବେଚନା କରାଯାଉଛି। ତେବେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ଫ୍ୟାନଙ୍କ ମଧ୍ୟରେ ଉତ୍କଣ୍ଠା ରହିଛି। ଅତିକମ୍‌ରେ ୩ଟି ଭାରତ ପାକିସ୍ତାନ ମ୍ୟାଚ୍‌ ଦେଖିବାକୁ ମିଳିବ। ମୁଲତାନରେ ବୁଧବାର ଠାରୁ ଷଡରାଷ୍ଟ୍ରୀୟ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ ଖେଳାଯିବ। ନେପାଳ ବିପକ୍ଷରେ ଆୟୋଜକ ପାକିସ୍ତାନ ପ୍ରଥମ ମ୍ୟାଚ୍‌ ଖେଳିବ। ବିଗତ କିଛି ବର୍ଷ ଧରି ଏସିଆ କପକୁ ଏତେଟା ଗୁରୁତ୍ୱ ପ୍ରଦାନ କରା ଯାଉ ନ ଥିଲା। ତେବେ ଦିନିକିଆ ବିଶ୍ୱକପକୁ ମାସେରୁ କମ ସମୟ ରହିଥିବା ବେଳେ ଏହି ଟୁର୍ନାମେଣ୍ଟର ଗୁରୁତ୍ୱ ବୃଦ୍ଧି ପାଇବାରେ ଲାଗିଛି। କେବଳ ନେପାଳକୁ ଛାଡିଦେଲେ ଅନ୍ୟ ସମସ୍ତଙ୍କ ପାଇଁ ଏହି ଟୁର୍ନାମେଣ୍ଟ ଉନ୍ମୁକ୍ତ। ଭାରତ ଓ ପାକିସ୍ତାନ ସହିତ ନେପାଳ ଗୋଟିଏ ଗ୍ରୁପ୍‌ରେ ସ୍ଥାନ ପାଇଛି। ଅନ୍ୟ ଗ୍ରୁପ୍‌ରେ ବାଂଲାଦେଶ, ଶ୍ରୀଲଙ୍କା ଓ ଆଫଗାନିସ୍ତାନ ରହିଛନ୍ତି।
୭ ଥର ଚାମ୍ପିୟନ ଭାରତ ଅଷ୍ଟମ ଥର ଟାଇଟଲ ହାସଲ ଲକ୍ଷ୍ୟରେ ରହିଛି। ଗ୍ରୁପ୍‌ ଏରେ ଦଳ ସ୍ଥାନ ପାଇଥିବା ବେଳେ ଏହାର ସୁପର-୪ ପ୍ରବେଶ ନିଶ୍ଚିତ। ଗ୍ରୁପ୍‌ ଷ୍ଟେଜରେ ଦଳ ପାକିସ୍ତାନ ସହିତ ଥରୁଟିଏ ଖେଳିବା ସ୍ପଷ୍ଟ ହୋଇଥିବା ବେଳେ ସୁପର୍‌-୪ରେ ମଧ୍ୟ ଖେଳିବାର ସମ୍ଭାବନା ଅଧିକ। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଯଦି ଫାଇନଲରେ ପ୍ରବେଶ କରନ୍ତି ଆଉଥରେ ଏକ ରୋଚକ ମ୍ୟାଚ ଦେଖିବାକୁ ମିଳିବ। ପ୍ରଥମ ମ୍ୟାଚରେ ପାକିସ୍ତାନ ଫେଭରିଟ୍‌ ରହିଛି। ଭାରତ ଓ ପାକିସ୍ତାନ ମଧ୍ୟରେ ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ ସେପ୍ଟେମ୍ବର ୨ ତାରିଖରେ ଖେଳାଯିବ। ଭାରତୀୟ ଦଳ ପାକିସ୍ତାନ ଯିବାକୁ ରାଜି ନ ହେବାରୁ ଟୁର୍ନାମେଣ୍ଟଟି ହାଇବ୍ରିଡ୍‌ ମୋଡରେ ଖେଳା ଯାଉଛି। ପାକିସ୍ତାନରେ ୪ ମ୍ୟାଚ ଖେଳଯିବାକୁ ଥିବା ବେଳେ ଫାଇନାଲକୁ ମିଶାଇ ୯ଟି ମ୍ୟାଚ ଶ୍ରୀଲଙ୍କାରେ ଖେଳାଯିବ। ସେହିପରି ରାହୁଲ ଡ୍ରାଭିଡଙ୍କ ନେତୃତ୍ୱରେ ଟାଇଟଲ ଜିତି ନଥିବା ଭାରତୀୟ ଦଳ ଏହାର ଟାଇଟଲ ମରୁଡି ଶେଷ କରିବାକୁ ପ୍ରୟାସ କରିବ। ଲୋକେଶ ରାହୁଲ ଅନଫିଟ୍‌ ଥିବା ବେଳେ ପାକିସ୍ତାନ ବିପକ୍ଷ ମ୍ୟାଚରେ ଶେୟସ୍‌ ଆୟର ପ୍ରତ୍ୟାବର୍ତ୍ତନ କରିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri