ଭିତର ଭଣ୍ଡାରରେ ସୁଡଙ୍ଗ ନେଇ ବଡ଼ ବୟାନ ଦେଲେ ଗଜପତି, କହିଲେ…

ପୁରୀ,୧୮।୭: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ର ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ପୁରୀ ଗଜପତି ମହାରାଜଙ୍କ ଉପସ୍ଥିତିରେ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ସ୍ଥାନାନ୍ତର କରାଯାଇଛି। ତେବେ ଗଜପତି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ଆସିବା ପରେ ଭିତର ଭଣ୍ଡାରରେ କ’ଣ ସବୁ ଦେଖିଲେ ବର୍ଣ୍ଣନା କରିଛନ୍ତି। ସେ ଗଣମାଧ୍ୟମକୁ କହିଛନ୍ତି, ଭିତର ରତ୍ନଭଣ୍ଡାରରେ ଯାହା ବି ଗହଣା ଓ ମୂଲ୍ୟବାନ ସାମଗ୍ରୀ ଅଛି, ତାକୁ ଖଟଶେଜ ଘରକୁ ସ୍ଥାନାନ୍ତର କରାଯିବ। ସମସ୍ତ ଅଳଙ୍କାର ସିସିଟିଭି ନଜରରେ ରହିଛି। ରତ୍ନ ଅଳଙ୍କାର ସ୍ଥାନାନ୍ତର ପରେ ଶେଜଘରେ ତାଲା ପଡିବ। ଆଉ ନିୟମ ମୁତାବକ ଏହାର ଚାବି ସରକାରୀ ଟ୍ରେଜେରୀରେ ରହିବ। ବାହାର ଓ ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ପରେ ଏହାର ସ୍କାନିଂ କରାଯିବ। ଏହାପରେ ରତ୍ନଭଣ୍ଡାରକୁ ଏଏସଆଇକୁ ହସ୍ତାନ୍ତର କରାଯିବ।

ଭିତରେ ଆଉ କିଛି ନାହିଁ ବୋଲି ସ୍ପଷ୍ଟ ହେଲା ପରେ ASIକୁ ହସ୍ତାନ୍ତର କରାଯିବ। ବାହାର ଏବଂ ଭିତର ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ। କେଉଁ କାଳରୁ କେବେ ମରାମତି ହୋଇଥିଲା, କେହି ଜାଣନ୍ତି ନାହିଁ। ୧୯୭୧ରୁ ଏଏସଆଇ ଦାୟିତ୍ୱ ନେବା ପରେ ଆଦୌ ମରାମତି ହୋଇନି। ମରାମତି ବେଳେ ନୀତିକାନ୍ତି ଓ ଦର୍ଶନ ଉଭୟ ପ୍ରଭାବିତ ନ ହେବାକୁ ଗୁରୁତ୍ୱ ଦିଆଯିବ। ଏ ସଂପର୍କରେ ଅନୁଧ୍ୟାନ କରି ମୁଖ୍ୟ ପ୍ରଶାସକ ମରାମତି ସମୟ ନିର୍ଦ୍ଧାରଣ କରିବେ। ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଧାରିତ ସମୟରେ ଏଏସଆଇ ମରାମତି କରିବ ବୋଲି ଗଜପତି କହିଛନ୍ତି।

ସେହିପରି ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଥିବା ବହୁତ ଦିନ ହେବ ଚର୍ଚ୍ଚା ହେଉଥିଲା। ଭିତର ଭଣ୍ଡାରରେ ଅନେକ ସୁଡଙ୍ଗ ଥିବା ବରିଷ୍ଠ ସେବାୟତମାନେ ମଧ୍ୟ ମତ ଦେଇଥିଲେ। ତେବେ ସୁଡଙ୍ଗ ଅଛି କି ନାହିଁ ପ୍ରଶ୍ନକୁ ଗଜପତି ଖଣ୍ଡନ କରି ନାହାନ୍ତି। ଏ ସମ୍ପର୍କରେ ଆଲୋଚନା କରି ସେ କହିଛନ୍ତି, ଭିତର ରତ୍ନଭଣ୍ଡାରରେ ସୁଡଙ୍ଗ ଅଛି କି ନାହିଁ ଅଳଙ୍କାର ସ୍ଥାନାନ୍ତର ପରେ ଏହାର ସ୍କାନିଂ କରାଯିବ। ଏହାପରେ ରତ୍ନଭଣ୍ଡାରକୁ ଏଏସଆଇକୁ ହସ୍ତାନ୍ତର କରାଯିବ। ସୁଡ଼ଙ୍ଗ ବା ଗୁପ୍ତ ଦ୍ବାର କିଛି ଅଛି କି ନାହିଁ ଏଏସଆଇ ଅନୁଧ୍ୟାନ କରିବ। ଏଏସଆଇ ଲେଜର ସ୍କାନିଂ କରି ସୁଡ଼ଙ୍ଗ ଅଛି କି ନାହିଁ ଦେଖିବ।

 


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?