ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର କହଁରଙ୍କ ନେତୃତ୍ୱରେ ସଂଘର ଏକ ପ୍ରତିନିଧି ଦଳ ଜିଲାପାଳଙ୍କୁ ସାକ୍ଷାତ କରି ଏହି ଦାବିପତ୍ର ପ୍ରଦାନ କରିଛନ୍ତି।

ସାମାଜିକ ସୁରକ୍ଷା ବିଭାଗ ସହିତ ଅନ୍ୟାନ୍ୟ ୫ଟି ଗୁରୁତ୍ୱପୂର୍ଣ୍ଣ ବିଭାଗର କାର୍ଯ୍ୟ କରୁଥିଲେ ମଧ୍ୟ କର୍ମଚାରୀଙ୍କ ପେ-ଲେଭଲ୍‌ ବୃଦ୍ଧି କରାଯାଉ ନାହିଁ, ଯାହାଫଳରେ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଦାବିପତ୍ରରେ ୨୦୨୩ ମସିହାରେ ପ୍ରକାଶିତ ସାମାଜିକ ସୁରକ୍ଷା ଅଧିକାରୀଙ୍କ କ୍ୟାଡ଼ର ପୁନର୍ଗଠନକୁ ତ୍ୱରିତ ଲାଗୁ କରିବା, ଦରମା ସ୍ତର ୯ ରୁ ୧୦ କୁ ବୃଦ୍ଧି କରିବା, ପଞ୍ଚାୟତ ସ୍ତରରେ ସହାୟକ ନିଯୁକ୍ତି, ବାକିଥିବା ଏମଏସିପି (MACP) ପ୍ରଦାନ, ୨୦୧୪ ପୂର୍ବରୁ ଯୋଗ ଦେଇଥିବା ବିଏସଏସଓମାନଙ୍କ ନୋସନାଲ ଇଂକ୍ରିମେଣ୍ଟ, କନିଷ୍ଠ ସହାୟକମାନଙ୍କ କ୍ୟାଡ଼ର ଗଠନ ଏବଂ କାର୍ଯ୍ୟକ୍ରମ ସହାୟକଙ୍କ ନିୟମିତକରଣ ଭଳି ପ୍ରମୁଖ ଦାବି ରହିଛି।

ଜିଲାପାଳ ସଚିନ ପ୍ରକାଶ କର୍ମଚାରୀଙ୍କ ସମସ୍ତ ଦାବିକୁ ସହାନୁଭୂତିର ସହ ଶୁଣିବା ସଙ୍ଗେ ସଙ୍ଗେ ଏହି ୮ ଦଫା ଦାବିପତ୍ରକୁ ରାଜ୍ୟ ସରକାରଙ୍କ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟକୁ ଶୀଘ୍ର ପଠାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ସରକାରୀ ସ୍ତରରେ ଏହି ସମସ୍ୟାର ସମାଧାନ ପାଇଁ ଉଚିତ ପଦକ୍ଷେପ ନିଆଯିବ ବୋଲି ସେ ପ୍ରତିନିଧି ଦଳକୁ ଆଶ୍ୱାସନା ଦେଇଛନ୍ତି। ଦାବିପତ୍ର ପ୍ରଦାନ ସମୟରେ ଜିଲାର ସମସ୍ତ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ (ବିଏସଏସଓ), ସମସ୍ତ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ (ଏସଏସଏସଓ), ପ୍ରୋଗ୍ରାମ ଆସିଷ୍ଟାଣ୍ଟ ଏବଂ ଜୁନିଅର ଆସିଷ୍ଟାଣ୍ଟମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri