Posted inଖେଳ

ଅପରାଜିତା ଫେୟାର ପ୍ଲେ ଏକ୍ସପର୍ଟ

ଭୁବନେଶ୍ୱର, ୧।୬, (ତପନ ସ୍ବାଇଁ): ଗୁଜରାଟର ଗାନ୍ଧୀନଗରଠାରେ ବିଶ୍ୱ ଜୁନିୟର ଚେସ୍‌ ପ୍ରତିଯୋଗିତା ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ୧୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ବିଶ୍ୱ ଚେସ୍‌ ଫେଡେରେଶନ୍‌(ଫିଡେ) ଓଡ଼ିଶାର ଅନ୍ତର୍ଜାତୀୟ ଚେସ୍‌ ଖେଳାଳି ଅପରାଜିତା ଗୋଚ୍ଛିକାରଙ୍କୁ ଫେୟାର ପ୍ଲେ ଏକ୍ସପର୍ଟ (ଏଫ୍‌ପିଇ) ଭାବେ ନିଯୁକ୍ତ କରିଛି। ଭାରତ ସରକାରଙ୍କ ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟ ସହାୟତାରେ ସର୍ବଭାରତୀୟ ଚେସ୍‌ ମହାସଂଘ ଏହି ପ୍ରତିଯୋଗିତା ଆୟୋଜନ କରୁଛି। ଅପରାଜିତା ପୂର୍ବରୁ ଚେନ୍ନାଇରେ ଆୟୋଜିତ ଫିଡେ ଚେସ୍‌ ଅଲିମ୍ପିଆଡ୍‌-୨୦୨୨ ଏବଂ ଇଟାଲିରେ ଆୟୋଜିତ ଯୁବ ବିଶ୍ୱ ଚେସ୍‌ ଚାମ୍ପିୟନଶିପ୍‌ -୨୦୨୩ରେ ବିଶ୍ୱ ଚେସ୍‌ ଫେଡେରେଶନ୍‌ର ଫେୟାର ପ୍ଲେ ପ୍ୟାନେଲ ପ୍ରତିନିଧି ଭାବେ ସଫଳତାର ସହ ଦାୟିତ୍ୱ ତୁଲାଇଛନ୍ତି। ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇବାକୁ ଯାଉଥିବାରୁ ଅପରାଜିତାଙ୍କୁ ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏଶନ(ଏଓସିଏ) ସମ୍ପାଦକ ଦେବବ୍ରତ ଭଟ୍ଟ ଶୁଭେଚ୍ଛା ଜଣାଇଛନ୍ତି। ପ୍ରକାଶଯୋଗ୍ୟ ଯେ ଏଥର ବିଶ୍ୱ ଜୁନିୟର ଚେସ୍‌ରେ ଆମେରିକା ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ସର୍ବକନିଷ୍ଠ ଗ୍ରାଣ୍ଡମାଷ୍ଟର ଅଭିମନ୍ୟୁ ମିଶ୍ର, ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣବ ଆନନ୍ଦ ପ୍ରମୁଖ ବହୁ ଶୀର୍ଷସ୍ଥାନୀୟ ଖେଳାଳି ଅଂଶଗ୍ରହଣ କରୁଛନ୍ତି। ଦୁଇ ସପ୍ତାହ ବିଶିଷ୍ଟ ଟୁର୍ନାମେଣ୍ଟରେ ୪୬ଟି ଦେଶରୁ ୨୩୦ ଚେସ୍‌ ପ୍ରତିଭା ଭାଗ ନେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri