ଅପରାଜିତାଙ୍କୁ ସୁଲୋଚନାଙ୍କ ଟାର୍ଗେଟେ : ତାଙ୍କ ପାଇଁ ଦଳ ବଡ଼, ସହର…

ଭୁବନେଶ୍ୱର,୧୩।୪: ରାଜଧାନୀ ପ୍ରତିଷ୍ଠା ଦିବସରେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ ଅନୁପସ୍ଥିତିକୁ ନେଇ ଭୁବନେଶ୍ବର ମେୟର ସୁଲୋଚନା ଦାସ ବର୍ଷିଛନ୍ତି। ସୁଲୋଚନା କହିଛନ୍ତି, ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ ଡକାଗଲା, ସେ ଆସିଲେନି।
ଦଳର ପ୍ରଶିକ୍ଷଣ ଶିବିରରେ ଯୋଗ ଦେବାକୁ ଏଠାକୁ ଆସିଲେନ। ଏଠାରେ ଯୋଗ ଦେଇ ପୁରୀ ଯାଇପାରିଥାନ୍ତେ କିନ୍ତୁ ତାଙ୍କ ପାଇଁ ଦଳ ବଡ଼ସହର ନୁହେଁ ବୋଲି ସୁଲୋଚନା କହିଛନ୍ତି।

 

ଦିନ ଥିଲା ଭୁବନେଶ୍ୱର କହିଲେ ଓଲ୍ଡଟାଉନ୍‌, କପିଳ ପ୍ରସାଦ, କପିଳେଶ୍ୱର ଏବଂ ସାମନ୍ତରାପୁର ଆଦି ଅଞ୍ଚଳକୁ ବୁଝାଉଥିଲା। ଐତିହ୍ୟ, କଳା, ସଂସ୍କୃତି, ପରମ୍ପରା ଥିଲା ଏହି ମନ୍ଦିରମାଳିନୀ ସହରର ସ୍ବତନ୍ତ୍ର ପରିଚୟ। ୪୦ହଜାର ଜନସଂଖ୍ୟାକୁ ନେଇ ଭୁବନେଶ୍ୱରକୁ ରାଜ୍ୟର ରାଜଧାନୀ ଘୋଷଣା କରାଯିବା ସହ ୧୯୪୮ ଏପ୍ରିଲ ୧୩ରେ ଏଥିପାଇଁ ଶିଳାନ୍ୟାସ କରାଗଲା। ୧୯୫୨ ଅକ୍ଟୋବର ପହିଲାରେ ବିଜ୍ଞାପିତ ଅଞ୍ଚଳ ପରିଷଦ, ୧୯୭୯ରେ ମ୍ୟୁନିସିପାଲିଟି ଓ ୧୯୯୪ରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମାନ୍ୟତା ପାଇଲା। ଏହା ପୂର୍ବରୁ ଅର୍ଥାତ୍‌ ୧୯୮୩ ଏପ୍ରିଲ ୧ରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଗଠନ ହେବା ପରେ ସହର ବିକାଶର ମୂଳଦୁଆ ପଡିଥିଲା। ଇତିମଧ୍ୟରେ ରାଜଧାନୀ ଭୁବନେଶ୍ୱର ୭୭ ବର୍ଷ ଅତିକ୍ରମ କରି ୭୮ ବର୍ଷରେ ପାଦ ଥାପିଥିବାବେଳେ ବିକାଶଧାରାର ନୂଆ କୀର୍ତ୍ତିମାନ ସ୍ଥାପନ କରିଛି। ଚାରିଦିଗରୁ ସହର ବଢ଼ିଚାଲିଛି। ଜନସଂଖ୍ୟା ମଧ୍ୟ ୧୩ ଲକ୍ଷ ଟପିଛି। ନୂଆ ନୂଆ ସହର ଗଢ଼ି ଉଠୁଥିବାବେଳେ ଶିକ୍ଷା, ସ୍ବାସ୍ଥ୍ୟ, ଖେଳ, ପର୍ଯ୍ୟଟନ, ଗମନାଗମନ, ଆତିଥେୟତା, ଷ୍ଟାର୍ଟଅପ୍‌ ଆଦି ବିଭିନ୍ନ କ୍ଷେତ୍ରରେ ଭୁବନେଶ୍ୱର ଆଗକୁ ବଢ଼ିଚାଲିଛି। ରାଜଧାନୀର ଏହି ଦୀର୍ଘ ସଫଳ ଯାତ୍ରାକୁ ନେଇ ସ୍ବତନ୍ତ୍ର ଉପସ୍ଥାପନା ।ସ୍ବଚ୍ଛ ସର୍ବେକ୍ଷଣରେ ୩୪ତମ ର଼୍ୟାଙ୍କ୍‌, ରାଜ୍ୟରେ ପ୍ରଥମକେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ହୋଇଥିବା ସ୍ବଚ୍ଛ ସର୍ବେକ୍ଷଣ-୨୦୨୩ ଘୋଷଣା କରାଯାଇଥିବାବେଳେ ୮୦ତମ ର଼୍ୟାଙ୍କ୍‌ରୁ ଭୁବନେଶ୍ୱରକୁ ୩୪ତମ ର଼୍ୟାଙ୍କ୍‌ ମିଳିଥିଲା। ଏଥିସହ ଓ୍ବାଟର ପ୍ଲସ୍‌ ଏବଂ ଗାର୍‌ବେଜ୍‌ ଫ୍ରି ବା ଆବର୍ଜନାମୁକ୍ତ ସହର ଭାବେ ୩ ଷ୍ଟାର ରେଟିଂ ମିଳିବା ସହ ରାଜ୍ୟରେ ପ୍ରଥମ ସହର ଭାବେ ସ୍ଥାନ ଅଧିକାର କରିଛି। ସ୍ବଚ୍ଛ ସର୍ବେକ୍ଷଣ ସର୍ଭେରେ ମୋଟ୍‌ ୯୫୦୦ ନମ୍ବର ମଧ୍ୟରୁ ଭୁବନେଶ୍ୱରକୁ ୭୩୧୪.୯୦ ନମ୍ବର ମିଳିଥିଲା। ଏଥିରୁ ୫୧% ଅର୍ଥାତ୍‌ ୪୮୩୦ ମାର୍କ ସର୍ଭିସ ଲେଭଲ ପ୍ରୋଗ୍ରେସ ବାବଦରେ ଥିବାବେଳେ ୨୬% ଅର୍ଥାତ୍‌ ୨୫୦୦ ମାର୍କ ସାର୍ଟିଫିକେଶନ୍‌ ଏବଂ ୨୩% ବା ୨୧୭୦ ମାର୍କ ସିଟିଜେନ୍‌ ଭଏସ୍‌ ବାବଦରେ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri