ମୋଦିଙ୍କୁ ଭେଟିଲେ ଅପରାଜିତା

ଭୁବନେଶ୍ୱର,୬ା୪(ବ୍ୟୁରୋ): ନୂଆଦିଲ୍ଲୀଠାରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭୁବନେଶ୍ୱର ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଭେଟିଛନ୍ତି। ସେ ଏକାକୀ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର ଫଟୋ ମଙ୍ଗଳବାର ଟୁଇଟରରେ ଶେୟାର କରଛନ୍ତି। ଏଥିସହ ସେ ଲେଖିଛନ୍ତି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ତାଙ୍କୁ ପ୍ରେରଣା ଯୋଗାଇଛି। ସେଥିପାଇଁ ସେ ପ୍ରଧାନମନ୍ତ୍ରୀଙ୍କ ନିକଟରେ କୃତଜ୍ଞ। ଲୋକମାନଙ୍କର ପ୍ରିୟ ପ୍ରଧାନମନ୍ତ୍ରୀ ପ୍ରେରଣାର ଉତ୍ସ ବୋଲି ସେ କହିଛନ୍ତି। ହେଲେ କେଉଁ ପ୍ରସଙ୍ଗରେ ଆଲୋଚନା ହୋଇଛି ସେ ବିଷୟରେ କିଛି କହିନାହନ୍ତି। ତେବେ ଅପରାଜିତା ଏକାକୀ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବା ନେଇ ରାଜ୍ୟ ଭାଜପା ରାଜନୀତି ସରଗରମ ହୋଇଛି। ପଞ୍ଚାୟତ ଓ ପୌର ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ରାଜ୍ୟ ନେତୃତ୍ୱକୁ ସୁଦୃଢ଼ କରିବା ନେଇ ଅପରାଜିତା ଗଣମାଧ୍ୟମରେ ମନ୍ତବ୍ୟ ଦେଇଥିଲେ। ରାଜ୍ୟ ନେତୃବୃନ୍ଦ ଦିଲ୍ଲୀ ଗସ୍ତ କରିବା ସହିତ ରାଷ୍ଟ୍ରୀୟ ଅଧ୍ୟକ୍ଷ ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦଙ୍କୁ ସାକ୍ଷାତ କରିଥିଲେ।
ଏହାପରେ ଭାଜପା ବିଧାୟକମାନେ ମିଳିତ ଭାବେ ଦିଲ୍ଲୀ ଗସ୍ତ କରିଥିଲେ। ଏହାକୁ ନେଇ ଦଳୀୟ ରାଜନୀତି ସରଗରମ ହୋଇଥିଲା। ତେବେ ବିଧାୟକମାନଙ୍କ ଦିଲ୍ଲୀ ଗସ୍ତ କେବଳ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ ଭେଟିବା ପାଇଁ ଉଦ୍ଦିଷ୍ଟ ଥିଲା ବୋଲି ବିଧାୟକ ଜୟ ନାରାୟଣ ମିଶ୍ର ଗଣମାଧ୍ୟମକୁ କହିଥିଲେ।
ପଞ୍ଚାୟତ ଓ ପୌର ନିର୍ବାଚନ ପରେ ଦୁଇ ଦୁଇଟି ଟିମ୍‌ ଦିଲ୍ଲୀ ଗସ୍ତ କରିଥିଲେ ମଧ୍ୟ କେହି ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ୍‌ କରି ନ ଥିଲେ। ଦଳର ନେତାମାନେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବା ପରେ ଅପରାଜିତା ଏକାକୀ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ନେଇ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri