କ୍ଷତିଗ୍ରସ୍ତ ବ୍ୟବସାୟୀଙ୍କୁ ଭେଟିଲେ ଅପରାଜିତା, ବିଏମ୍‌ସିକୁ କଲେ ଟାର୍ଗେଟ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଭୁବନେଶ୍ୱର ଝାରପଡ଼ା ହାଟ ଭଙ୍ଗା ଘଟଣା ପରେ ମଙ୍ଗଳବାର କ୍ଷତିଗ୍ରସ୍ତ ବ୍ୟବସାୟୀଙ୍କୁ ଭେଟିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ନୂଆ ମହାନଗର ନିଗମ ସକାରାତ୍ମକ ମନୋବୃତ୍ତି ଛାଡ଼ି ନକରାତ୍ମକ ଚିନ୍ତାଧାରା ଆପଣାଉଛି ବୋଲି ବିଏମସିକୁ ଟାର୍ଗେଟ କରି ସେ କହିଛନ୍ତି।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଅପରାଜିତା କହିଛନ୍ତି, ୪୩୦ ଲୋକଙ୍କୁ ରାତାରାତି ଜୀବିକା ହରାଇଲେ। ଭୁବନେଶ୍ୱର ବିକାଶ ହେଉ, ସୁନ୍ଦର ଦେଖାଯାଉ ଏହା ସମସ୍ତଙ୍କ ଦାୟିତ୍ୱ, କର୍ତ୍ତବ୍ୟ। କିନ୍ତୁ ବିକାଶ, ସୌନ୍ଦର୍ଯ୍ୟକରଣ କଥା ଉଠିଲେ ଲୋକଙ୍କ ସୁବିଧାକୁ ସର୍ବୋଚ୍ଚ ପ୍ରାଥମିକତା ଦେବା କଥା। ମାର୍କେଟ ବିଲ୍ଡିଂ ନାଁରେ ଝାରପଡା ହାଟରୁ ଯେଉଁମାନଙ୍କୁ ହଟାଗଲା, ମାର୍କେଟ ବିଲ୍ଡିଂ ହେଲେ ସେମାନେ ପ୍ରଥମେ ଥଇଥାନ ହେବା ଆବଶ୍ୟକ । ସମସ୍ତ ଉଠା ଦୋକାନୀ ଏବେ ଜୀବିକା ହରାଇଥିବା ବେଳେ ଆସନ୍ତା ୭ ଦିନ ଭିତରେ ସେମାନଙ୍କୁ ବିକଳ୍ପ ଜାଗା,ଯେଉଁଠି ବେପାର ହେବ ଦେଖାନ୍ତୁ। ସେମାନଙ୍କୁ ଥଇଥାନ ସହ କ୍ଷତିପୂରଣ ଦିଆଯାଉ ବୋଲି ସେ କହିଛନ୍ତି।

ସଂସଦ ଚାଲିଥିବାରୁ ସେ ଦିଲ୍ଲୀରେ ଥିଲେ। ସେ ଆସିବାର ଗୋଟିଏ ଦିନ ପୂର୍ବରୁ ଏଭଳି ଘଟଣା ଘଟିଲା। ସେ ଦିଲ୍ଲୀରେ ଥିବା ବେଳେ ଏହି କାମ କାହିଁକି ହେଲା। ମୁଁ ଏଠାକାର ଏମ୍‌ପି ହୋଇଥିବା ବେଳେ ମୋ ଆସିବା ପର୍ଯ୍ୟନ୍ତ କାହିଁକି ଅପେକ୍ଷା କଲେନାହିଁ। ମୋ’ ସହ କାହିଁକି ଆଲୋଚନା କଲେ ନାହିଁ ବୋଲି ପ୍ରଶ୍ନ କରିଛନ୍ତି ଅପରାଜିତା।

ଏଥିସହ ସମସ୍ତଙ୍କ ଅଧିକାରକୁ ସେ ସମ୍ମାନ ଦେଉଛନ୍ତି। ଏଣୁ ତାଙ୍କ ଅଧିକାରକୁ ମଧ୍ୟ ସମ୍ମାନ ଦେବା ସମସ୍ତଙ୍କ ଦାୟିତ୍ୱ । ସେ ଏଠାକାର ଏମ୍‌ପି । ମଙ୍ଗଳବାର ରାତି ସୁଦ୍ଧା କ୍ଷତିଗ୍ରସ୍ତଙ୍କ ତାଲିକା ପ୍ରସ୍ତୁତ କରାଯାଇ ବିଏମ୍‌ସିକୁ ଦିଆଯିବ । ଏଥିସହ ୩ ଦାବି ସମ୍ପର୍କରେ ମଧ୍ୟ ଉକ୍ତ ଚିଠିରେ ଉଲ୍ଲେଖ ରହିବ । ଏହି ଚିଠି ସାର୍ବଜନୀନ ହେବ । ବିଏମସିର ପ୍ରଥମ ମହାନଗର ନିଗମ ମିଟିଂରେ ସ୍ଥାନୀୟ କର୍ପୋରେଟର ଏହି କଥା ଉଠାଇବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri