‘ବିଜୁ ହଲ’ ଉଦ୍‌ଘାଟନ କଲେ ଅପରାଜିତା ଷଡଙ୍ଗୀ: ବଢୁଛି ଚର୍ଚ୍ଚା

ଜାକର୍ତ୍ତା,୩୧।୫: ଅପରେଶନ ସିନ୍ଦୂରର ସର୍ବଦଳୀୟ ସଂସଦୀୟ ପ୍ରତିନିଧି ଦଳର ସଦସ୍ୟ ତଥା ଭାଜପା ଏମ୍‌ପି ଅପରାଜିତା ଷଡଙ୍ଗୀ ଶନିବାର ଜାକର୍ତ୍ତାରେ ଭାରତୀୟ ଦୂତାବାସର ‘ବିଜୁ ହଲ’ ଉଦଘାଟନ କରିଛନ୍ତି। ଏହାସହ ଇଣ୍ଡୋନେସିଆର ସ୍ବାଧୀନତା ସଂଗ୍ରାମରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ସ୍ବର୍ଗତ ଓଡ଼ିଆ ନେତା ବିଜୁ ପଟ୍ଟନାୟକଙ୍କ ସ୍ମାରକୀ ଫଳକ ଉନ୍ମୋଚନ କରିଛନ୍ତି। ଅପରାଜିତାଙ୍କ ‘ବିଜୁ ହଲ’ ଉଦ୍‌ଘାଟନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଯାଛି।

ଦକ୍ଷିଣ-ପୂର୍ବ ଏସୀୟ ଦେଶର ସ୍ବାଧୀନତା ସଂଗ୍ରାମରେ ତାଙ୍କର ଭୂମିକା ପାଇଁ ବିଜୁ ପଟ୍ଟନାୟକ ସର୍ବୋଚ୍ଚ ନାଗରିକ ପୁରସ୍କାର ‘ବିନ୍ତାଙ୍ଗ ଜସା ଉତାମା’ ଏବଂ ଇଣ୍ଡୋନେସିଆର ସମ୍ମାନଜନକ ନାଗରିକତା ‘ଭୂମି ପୁତ୍ର’ ସମ୍ମାନ ପାଇଛନ୍ତି।

ଏହାସହ ଅପରାଜିତା ତାଙ୍କ ଗସ୍ତ ସମୟରେ ଓଡ଼ିଆ ସମାଜର ସଦସ୍ୟମାନଙ୍କ ସହିତ ଆଲୋଚନା କରିଛନ୍ତି।

ଭାଜପା ଏମ୍‌ପି ଜେଡି(ୟୁ) ଏମ୍‌ପି ସଞ୍ଜୟ କୁମାର ଝାଙ୍କ ନେତୃତ୍ୱାଧୀନ ପ୍ରତିନିଧିମଣ୍ଡଳୀର ଏକ ଅଂଶ ଅଚନ୍ତି ଅପରାଜିତା। ଏହି ପ୍ରତିନିଧିମଣ୍ଡଳୀ ଭାରତର ଆତଙ୍କବାଦ ବିରୋଧୀ ମତ ଉପସ୍ଥାପନ କରିବା ପାଇଁ ଇଣ୍ଡୋନେସିଆରେ ଅଛନ୍ତି।

ଶୁକ୍ରବାର ଭାରତୀୟ ଏମ୍‌ପିମାନେ ଇଣ୍ଡୋନେସିଆର ଗୋଲକର ଏବଂ ନାସଡେମ ଦଳର ସଦସ୍ୟମାନଙ୍କୁ ଭେଟି ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ଘଟିଥିବା ଘଟଣା ବିଷୟରେ ଅବଗତ କରାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ।...

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri