ଡିଜି-ଆଇଜି ସମ୍ମିଳନୀକୁ ନେଇ ଏଭଳି କହିଲେ ଅପରାଜିତା

ଭୁବନେଶ୍ୱର,୨୯।୧୧: ଓଡ଼ିଶାରେ ପ୍ରଥମ ଥର ପାଇଁ ହେଉଛି ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ। ସମ୍ମିଳନୀ ଶୁକ୍ରବାରଠାରୁ ଆରମ୍ଭ ହୋଇ ଡିସେମ୍ବର ୧ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀ ୩ ଦିନ ଧରି ଓଡ଼ିଶାରେ ରହିବେ। ଏନେଇ ଭୁବନେଶ୍ୱର ଏମ୍‌ପି ହିସାବରେ ମୁଁ ଗର୍ବିତ ବୋଲି ଅପରାଜିତା ଷଡ଼ଙ୍ଗୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ସମ୍ମିଳନୀରେ ଯୋଗଦେବା ପାଇଁ ଶୁକ୍ରବାର ଭୁବନେଶ୍ବରରେ ପହଞ୍ଚିଛନ୍ତି ଏନଏସ୍‌ଏ ଅଜିତ ଡୋଭାଲ। ଏହି ଅବସରରେ କମିଶନରେଟ ପୋଲିସ ପକ୍ଷରୁ ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଏପରିକି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି। ଶାହା ଡିଜିପି/ଆଇଜିପି ସମ୍ମିଳନୀକୁ ଉଦ୍‌ଘାଟନ କରି ସମ୍ବୋଧନ କରିବେ। ଅପରାହ୍ନ ୪ଟା ୨୦ରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।

ଅନ୍ୟପକ୍ଷେ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରି କି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ସେହିପରି ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ କରି ପୋଲିସ ଓ ବିଏସଏଫ କଡ଼ା ଯାଞ୍ଚ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri