ଡିଜି-ଆଇଜି ସମ୍ମିଳନୀକୁ ନେଇ ଏଭଳି କହିଲେ ଅପରାଜିତା

ଭୁବନେଶ୍ୱର,୨୯।୧୧: ଓଡ଼ିଶାରେ ପ୍ରଥମ ଥର ପାଇଁ ହେଉଛି ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ। ସମ୍ମିଳନୀ ଶୁକ୍ରବାରଠାରୁ ଆରମ୍ଭ ହୋଇ ଡିସେମ୍ବର ୧ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀ ୩ ଦିନ ଧରି ଓଡ଼ିଶାରେ ରହିବେ। ଏନେଇ ଭୁବନେଶ୍ୱର ଏମ୍‌ପି ହିସାବରେ ମୁଁ ଗର୍ବିତ ବୋଲି ଅପରାଜିତା ଷଡ଼ଙ୍ଗୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ସମ୍ମିଳନୀରେ ଯୋଗଦେବା ପାଇଁ ଶୁକ୍ରବାର ଭୁବନେଶ୍ବରରେ ପହଞ୍ଚିଛନ୍ତି ଏନଏସ୍‌ଏ ଅଜିତ ଡୋଭାଲ। ଏହି ଅବସରରେ କମିଶନରେଟ ପୋଲିସ ପକ୍ଷରୁ ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଏପରିକି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି। ଶାହା ଡିଜିପି/ଆଇଜିପି ସମ୍ମିଳନୀକୁ ଉଦ୍‌ଘାଟନ କରି ସମ୍ବୋଧନ କରିବେ। ଅପରାହ୍ନ ୪ଟା ୨୦ରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।

ଅନ୍ୟପକ୍ଷେ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରି କି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ସେହିପରି ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ କରି ପୋଲିସ ଓ ବିଏସଏଫ କଡ଼ା ଯାଞ୍ଚ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri