ରାଜଧାନୀ ପ୍ରତିଷ୍ଠା ଦିବସକୁ ଡକାଗଲା ନାହିଁ: ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେଲେ ଅପରାଜିତା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ବୁଧବାର ଭୁବନେଶ୍ୱରର ୭୪ତମ ପ୍ରତିଷ୍ଠା ଦିବସ। ଦୁଇ ବର୍ଷ ଧରି କରୋନା କଟକଣାକୁ ନେଇ ଉତ୍ସବ ପାଳନ ହୋଇ ନ ଥିବାବେଳେ ଚଳିତ ବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ହେଲେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ଏହି ଉତ୍ସବକୁ ନିମନ୍ତ୍ରଣ ମିଳିନାହିଁ। ଏହାକୁ ନେଇ ଏମ୍‌ପି ଅସନ୍ତୋଷ ପ୍ରକାଶ କରିବା ସହ ଓଡ଼ିଶା ରାଜନୀତିରେ ତୁମ୍ବିତୋଫାନ ଆରମ୍ଭ ହୋଇଛି ।

ପ୍ରତିବର୍ଷ ଭୁବନେଶ୍ୱରର ପ୍ରତିଷ୍ଠା ଦିବସରେ ସ୍ଥାନୀୟ ଏମ୍‌ପିଙ୍କୁ ଆମନ୍ତ୍ରଣ କରାଯାଇଥାଏ । ହେଲେ ଚଳିତ ବର୍ଷ ତାଙ୍କ ନାମ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତ ନିମନ୍ତ୍ରଣ କାର୍ଡରେ ନ ଥିବାକୁ ନେଇ ଅପରାଜିତା ପ୍ରଶ୍ନ ଉଠାଇଥିଲେ। ବହୁ ରାଜନେତା ଓ ଅଧିକାରୀଙ୍କୁ ପ୍ରତିଷ୍ଠା ଦିବସ ପାଇଁ ନିମନ୍ତ୍ରଣ କରାଯାଇଥିଲେ ବି ତାଙ୍କୁ ଡକାଯାଇନାହିଁ। ଏହି ମହାନ ଦିବସ ଅବସରରେ ସେ ଉତ୍ସବରେ ଯୋଗଦେବାକୁ ଚାହୁଁଥିଲେ। ତାଙ୍କୁ କାହିଁକି ନିମନ୍ତ୍ରଣ କରାଗଲାନି, ତାଙ୍କର ଦୋଷ କ’ଣ ବୋଲି ଟୁଇଟ୍‌ କରି ସେ ପ୍ରଶ୍ନ କରିଥିଲେ । ଏନେଇ ସୋସିଆଲ ମିଡ଼ିଆରେ ଆଲୋଡ଼ନ ସୃଷ୍ଟି ହୋଇଥିବାବେଳେ ଅପରାଜିତାଙ୍କୁ ଡାକିବା ଉଚିତଥିଲା ବୋଲି ସମସ୍ତେ କହିଛନ୍ତି ।

ଏହି ଘଟଣାକୁ ନେଇ ଅପରାଜିତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରାଜଧାନୀ ପ୍ରତିଷ୍ଠା ଉତ୍ସବକୁ ଡକାଯାଇନଥିବାରୁ ସେ ଚିଠି ଲେଖିଛନ୍ତି । ରାଜଧାନୀର ଲୋକପ୍ରତିନିଧି ଭାବେ ଆମନ୍ତ୍ରଣ ପାଇବା ତାଙ୍କର ଅଧିକାର । ତେବେ ଏହା ସାମ୍ବିଧାନିକ ପଦବୀ ପାଇଁ ଅସମ୍ମାନ ବୋଲି ସେ କହିବା ସହ ଘଟଣାର ତଦନ୍ତ କରିବାକୁ କହିଛନ୍ତି । ଯେଉଁମାନେ ଦାୟୀ ସେମାନଙ୍କୁ ଚିହ୍ନଟ କରିବାକୁ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri