ବିଜେଡିକୁ ନେଇ ବିସ୍ଫୋରକ ବୟାନ ଦେଲେ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର,୫।୮: ବିଜେଡିରୁ ମମତା ମହାନ୍ତ ଇସ୍ତଫା ଦେବା ପରେ ରାଜନୈତିକ ବୟାନବାଜି ବଢିବାରେ ଲାଗିଛି। ଏହାକୁ ନେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଏକ ବିସ୍ଫୋରକ ମନ୍ତବ୍ୟ ନେଇଛନ୍ତି। ମମତା ମହନ୍ତ ଦଳ ଛାଡିବା ଏକ ଟ୍ରେଲର ଥିଲା, ଆଗକୁ ଲୋକ ଫିଲ୍ମ ଦେଖିବେ ବୋଲି ସେ କହିଛନ୍ତି। ଭୁବନେଶ୍ୱରରେ ଆୟୋଜିତ ଅନୁସୂଚିତ ଜନଜାତି ମୋର୍ଚ୍ଚାର କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଅପରାଜିତା ଏହା କହିଛନ୍ତି।
ସେ କହିଛନ୍ତି, ଯେଉଁ ଘର ଦୁର୍ବଳ ହେବ, ସେହି ଘର ଭାଙ୍ଗିବାଟା ସ୍ବାଭାବିକ କଥା। ଘର ଭାଙ୍ଗିବାକୁ ନେଇ ଘରେ ରହୁଥିବା ଲୋକେ ବି ଭୟଭୀତ ହେବେ ନିଶ୍ଚିତ। ବିଜେଡି ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି। ବିଜେଡିର ନେତାମାନେ ମଧ୍ୟ ନିଜ ଭବିଷ୍ୟତକୁ ନେଇ ସନ୍ଦିହାନ ଅବସ୍ଥାରେ ଅଛନ୍ତି। ସେମାନେ ଅନବାଟ ଦେଖିବା ଆରମ୍ଭ କଲେଣି। ମମତା ମହାନ୍ତ ଦଳ ଛାଡିବା ଏକ ଟ୍ରେଲର ଥିଲା, ଆଗକୁ ଲୋକେ ଫିଲ୍ମ ଦେଖିବେ। ଏହାର ଅର୍ଥ ଆଗକୁ ଆହୁରି ନେତା ବିଜେଡି ଛାଡିବେ ବୋଲି ଅପରାଜିତା ଆଶଙ୍କା କରିଛନ୍ତି।
ସୂଚନାଯୋଗ୍ୟ, ନିକଟରେ ମମତା ମହାନ୍ତ ରାଜ୍ୟ ସଭା ପଦରୁ ଇସ୍ତଫା ଦେବା ସହ ବିଜେଡି ଛାଡିଥିଲେ। ଏହାର ଗୋଟିଏ ଦିନ ପରେ ସେ ଭାଜପାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri