ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ଉପରେ ପୁନଃବିଚାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତା ଏହି ଚିଠି ଲେଖିଛନ୍ତି। ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ପୁନଃବିଚାର କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ଅପରାଜିତା। କିଛି ପ୍ରକଳ୍ପ ଲାଭ ପାଇଁ ନୁହେଁ ବରଂ ଜନସାଧାରଣଙ୍କ ହିତ ପାଇଁ କରାଯାଏ ବୋଲି ଅପରାଜିତା ତାଙ୍କ ଚିଠିରେ ଲେଖିଛନ୍ତି।
ସୂଚନାଥାଉକି, ପୂର୍ବରୁ ଏନେଇ ଏମ୍ପି ସସ୍ମିତ ପାତ୍ର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ଭୁବନେଶ୍ୱର ମେୟର ସୁଲୋଚନା ଦାସ ମଧ୍ୟ ଭୁବନେଶ୍ୱର ସହରକୁ ମେଟ୍ରୋ ପ୍ରକଳ୍ପ ଦରକାର ବୋଲି କହିଥିଲେ।

