ଅପରାଜିତାଙ୍କ ଖୁଲାସା: ଖୋର୍ଦ୍ଧାରେ ଏହି ବ୍ୟକ୍ତିଙ୍କୁ ମିଳିବ ବିଧାୟକ ଟିକେଟ୍‌

ଟାଙ୍ଗୀ,୫ା୪(ରଘୁନାଥ ସାହୁ):ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀଭାବେ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ ନାମ ଖୁବ୍‌ଶୀଘ୍ର ଘୋଷଣା ହେବ ବୋଲି ଗୁରୁବାର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପୁନର୍ବାର କହିଛନ୍ତି। କିଛିଦିନ ତଳେ ଅନ୍ୟ ଏକ କାର୍ଯ୍ୟକ୍ରମରେ ଅପରାଜିତା ଏଭଳି ସୂଚନା ଦେଇଥିଲେ। ଏହାକୁ ନେଇ ସେତେବେଳେ ଦଳରେ କନ୍ଦଳ ଦେଖାଦେଇଥିଲା। ଅନ୍ୟତମ ଆଶାୟୀ ପ୍ରାର୍ଥୀ କାଳୁ ଚରଣ ଖଣ୍ଡାୟତରାୟଙ୍କ ସମର୍ଥକମାନେ ରାଜ୍ୟ ଭାଜପା କାର୍ଯ୍ୟାଳୟଠାରେ ପହଞ୍ଚି ଜୋରଦାର ବିରୋଧ ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେଠାରେ ନିଜେ ଜଗଦ୍ଦେବ ପହଞ୍ଚି କହିଥିଲେ, ମୁଁ ନିର୍ବାଚନ ଲଢ଼ିବା ପାଇଁ ଭାଜପାକୁ ଆସିନାହିଁ। ଦଳ ଚାହିଁଲେ ଲଢ଼ିବି। କାଳୁଚରଣଙ୍କ ପ୍ରତି ମୋର ସମର୍ଥନ ରହିଛି ବୋଲି ସେ ପ୍ରକାଶ କରିଥିଲେ। ସେହିପରି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଉତ୍ତ୍ୟକ୍ତ କର୍ମୀମାନଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏପରିସ୍ଥଳେ ଗୁରୁବାର ଟାଙ୍ଗୀ ଗଣେଶ ଭବନଠାରେ ଭାଜପାର ବ୍ଲକ କାର୍ଯ୍ୟାଳୟ ଉଦ୍‌ଘାଟନ ଅବସରରେ ଅପରାଜିତାଙ୍କ ଉପରୋକ୍ତ ମନ୍ତବ୍ୟ ପୁଣି ଚର୍ଚ୍ଚାର ଖୋରାକ ଯୋଗାଇଥିବା ବେଳେ ଦଳରେ ଅସନ୍ତୋଷ ସୃଷ୍ଟି କରିବାର ଆଶଙ୍କା ପ୍ରକାଶ ପାଇଛି। ଏହି କାର୍ଯ୍ୟକ୍ରମରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସଭାପତିତ୍ୱ କରିଥିବା ବେଳେ ଭୁବନେଶ୍ୱର ଲୋକସଭାକ୍ଷେତ୍ର ଭାଜପା ପ୍ରଭାରୀ ଜୀବନ କୁମାର ସାହୁ, ପୂର୍ବତନ ଜିଲା ସଭାପତି ନିକୁଞ୍ଜ କିଶୋର ପଟ୍ଟନାୟକ, ଜିଲା ସମ୍ପାଦକ ହେମନ୍ତ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା

ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ...

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା...

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ...

ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ

ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ...

ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା...

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri