ଅପରାଜିତାଙ୍କ ଖୁଲାସା: ଖୋର୍ଦ୍ଧାରେ ଏହି ବ୍ୟକ୍ତିଙ୍କୁ ମିଳିବ ବିଧାୟକ ଟିକେଟ୍‌

ଟାଙ୍ଗୀ,୫ା୪(ରଘୁନାଥ ସାହୁ):ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀଭାବେ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ ନାମ ଖୁବ୍‌ଶୀଘ୍ର ଘୋଷଣା ହେବ ବୋଲି ଗୁରୁବାର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପୁନର୍ବାର କହିଛନ୍ତି। କିଛିଦିନ ତଳେ ଅନ୍ୟ ଏକ କାର୍ଯ୍ୟକ୍ରମରେ ଅପରାଜିତା ଏଭଳି ସୂଚନା ଦେଇଥିଲେ। ଏହାକୁ ନେଇ ସେତେବେଳେ ଦଳରେ କନ୍ଦଳ ଦେଖାଦେଇଥିଲା। ଅନ୍ୟତମ ଆଶାୟୀ ପ୍ରାର୍ଥୀ କାଳୁ ଚରଣ ଖଣ୍ଡାୟତରାୟଙ୍କ ସମର୍ଥକମାନେ ରାଜ୍ୟ ଭାଜପା କାର୍ଯ୍ୟାଳୟଠାରେ ପହଞ୍ଚି ଜୋରଦାର ବିରୋଧ ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେଠାରେ ନିଜେ ଜଗଦ୍ଦେବ ପହଞ୍ଚି କହିଥିଲେ, ମୁଁ ନିର୍ବାଚନ ଲଢ଼ିବା ପାଇଁ ଭାଜପାକୁ ଆସିନାହିଁ। ଦଳ ଚାହିଁଲେ ଲଢ଼ିବି। କାଳୁଚରଣଙ୍କ ପ୍ରତି ମୋର ସମର୍ଥନ ରହିଛି ବୋଲି ସେ ପ୍ରକାଶ କରିଥିଲେ। ସେହିପରି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଉତ୍ତ୍ୟକ୍ତ କର୍ମୀମାନଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏପରିସ୍ଥଳେ ଗୁରୁବାର ଟାଙ୍ଗୀ ଗଣେଶ ଭବନଠାରେ ଭାଜପାର ବ୍ଲକ କାର୍ଯ୍ୟାଳୟ ଉଦ୍‌ଘାଟନ ଅବସରରେ ଅପରାଜିତାଙ୍କ ଉପରୋକ୍ତ ମନ୍ତବ୍ୟ ପୁଣି ଚର୍ଚ୍ଚାର ଖୋରାକ ଯୋଗାଇଥିବା ବେଳେ ଦଳରେ ଅସନ୍ତୋଷ ସୃଷ୍ଟି କରିବାର ଆଶଙ୍କା ପ୍ରକାଶ ପାଇଛି। ଏହି କାର୍ଯ୍ୟକ୍ରମରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସଭାପତିତ୍ୱ କରିଥିବା ବେଳେ ଭୁବନେଶ୍ୱର ଲୋକସଭାକ୍ଷେତ୍ର ଭାଜପା ପ୍ରଭାରୀ ଜୀବନ କୁମାର ସାହୁ, ପୂର୍ବତନ ଜିଲା ସଭାପତି ନିକୁଞ୍ଜ କିଶୋର ପଟ୍ଟନାୟକ, ଜିଲା ସମ୍ପାଦକ ହେମନ୍ତ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri