ବିଜେଡି ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ):  ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଜନ୍ମଦିନ ପାଳନ ବେଳେ ଜନଗହଳି କରି ମାସ୍କ ନ ପିନ୍ଧିବା, ସାମାଜିକ ଦୂରତା ଉଲ୍ଲଂଘନ ଅଭିଯୋଗରେ ବିଏମ୍‌ସି ତାଙ୍କ କାର୍ଯ୍ୟାଳୟକୁ ସିଲ୍‌ କରିଛି। ଏହି ଘଟଣାକୁ ନେଇ ଅପରାଜିତା ବିଜେଡି ନେତାଙ୍କ ବିରୋଧରେ ପଲଟା ଅଭିଯୋଗ ଆଣି ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଅପରାଜିତା ଉଲ୍ଲେଖ କରିଛନ୍ତି, ତାଙ୍କର କୌଣସି ସହଯୋଗୀଙ୍କଠାରେ କୋଭିଡ୍‌ ଲକ୍ଷଣ ଦେଖାଯାଇ ନାହିଁ, ଉଦ୍ଦ୍ୟେଶମୂଳକ ଭାବେ ତାଙ୍କ ଅଫିସ ସିଲ୍‌ କରାଯାଇଛି। ବିଏମ୍‌ସି ତତ୍ପରତାକୁ ସେ ସ୍ବାଗତ କରିବା ସହିତ ବିଜେଡି କ୍ଷେତ୍ରରେ କାହିଁକି ଏଭଳି ଆଭିମୁଖ୍ୟ ଗ୍ରହଣ କରିନାହିଁ ବୋଲି ପ୍ରଶ୍ନ କରିଛନ୍ତି। ଅପରାଜିତା ଆହୁରି ଲେଖିଛନ୍ତି, ତାଙ୍କ ବିରୋଧରେ କେନ୍ଦ୍ରରେ ଫେରାଦ ହୋଇଥିବା ରାଜ୍ୟ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଅନେକ ସମୟରେ କୋଭିଡ୍‌ ନିୟମ ଅନୁପାଳନ କରିନାହାନ୍ତି। ସାମାଜିକ ଗଣମାଧ୍ୟମରେ ଏନେଇ ଫଟୋ ଏବଂ ଭିଡିଓ ଭାଇରାଲ ହୋଇଛି। ସ୍ବର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମୟରେ କରୋନା କଟକଣାକୁ ଫୁ କରିଦିଆଗଲା। ଏଥିରେ କରୋନାରେ ଆକ୍ରାନ୍ତ ଥିବା ବିଧାୟକ ଉମାକାନ୍ତ ସାମନ୍ତରାୟ ଏବଂ ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଜେଡି ସହିତ ସମ୍ପୃକ୍ତ ଥିବାରୁ ସେମାନଙ୍କ କ୍ଷେତ୍ରରେ କାର୍ଯ୍ୟାନୁଷ୍ଠାନ ନେବାରେ ପ୍ରଶାସନ ପଛଘୁଞ୍ଚା ଦେଲା ବୋଲି ଅପରାଜିତା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri