ବିଜେଡି ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ):  ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଜନ୍ମଦିନ ପାଳନ ବେଳେ ଜନଗହଳି କରି ମାସ୍କ ନ ପିନ୍ଧିବା, ସାମାଜିକ ଦୂରତା ଉଲ୍ଲଂଘନ ଅଭିଯୋଗରେ ବିଏମ୍‌ସି ତାଙ୍କ କାର୍ଯ୍ୟାଳୟକୁ ସିଲ୍‌ କରିଛି। ଏହି ଘଟଣାକୁ ନେଇ ଅପରାଜିତା ବିଜେଡି ନେତାଙ୍କ ବିରୋଧରେ ପଲଟା ଅଭିଯୋଗ ଆଣି ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଅପରାଜିତା ଉଲ୍ଲେଖ କରିଛନ୍ତି, ତାଙ୍କର କୌଣସି ସହଯୋଗୀଙ୍କଠାରେ କୋଭିଡ୍‌ ଲକ୍ଷଣ ଦେଖାଯାଇ ନାହିଁ, ଉଦ୍ଦ୍ୟେଶମୂଳକ ଭାବେ ତାଙ୍କ ଅଫିସ ସିଲ୍‌ କରାଯାଇଛି। ବିଏମ୍‌ସି ତତ୍ପରତାକୁ ସେ ସ୍ବାଗତ କରିବା ସହିତ ବିଜେଡି କ୍ଷେତ୍ରରେ କାହିଁକି ଏଭଳି ଆଭିମୁଖ୍ୟ ଗ୍ରହଣ କରିନାହିଁ ବୋଲି ପ୍ରଶ୍ନ କରିଛନ୍ତି। ଅପରାଜିତା ଆହୁରି ଲେଖିଛନ୍ତି, ତାଙ୍କ ବିରୋଧରେ କେନ୍ଦ୍ରରେ ଫେରାଦ ହୋଇଥିବା ରାଜ୍ୟ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଅନେକ ସମୟରେ କୋଭିଡ୍‌ ନିୟମ ଅନୁପାଳନ କରିନାହାନ୍ତି। ସାମାଜିକ ଗଣମାଧ୍ୟମରେ ଏନେଇ ଫଟୋ ଏବଂ ଭିଡିଓ ଭାଇରାଲ ହୋଇଛି। ସ୍ବର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମୟରେ କରୋନା କଟକଣାକୁ ଫୁ କରିଦିଆଗଲା। ଏଥିରେ କରୋନାରେ ଆକ୍ରାନ୍ତ ଥିବା ବିଧାୟକ ଉମାକାନ୍ତ ସାମନ୍ତରାୟ ଏବଂ ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଜେଡି ସହିତ ସମ୍ପୃକ୍ତ ଥିବାରୁ ସେମାନଙ୍କ କ୍ଷେତ୍ରରେ କାର୍ଯ୍ୟାନୁଷ୍ଠାନ ନେବାରେ ପ୍ରଶାସନ ପଛଘୁଞ୍ଚା ଦେଲା ବୋଲି ଅପରାଜିତା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri