Posted inଜାତୀୟ

ଲୋକ ସଭା ନିର୍ବାଚନ ଲଢିପାରନ୍ତି ଅପର୍ଣ୍ଣା ଯାଦବ, ଦିଲ୍ଲୀରେ ଭାଜପା ନେତାଙ୍କୁ ଭେଟିବା ପରେ ଚର୍ଚ୍ଚା

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସାନ ବୋହୂ ଅପର୍ଣ୍ଣା ଯାଦବ ଆଗାମୀ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରନ୍ତି। ସୋମବାର ଦିଲ୍ଲୀରେ ଭାଜପା ନେତାଙ୍କ ସହ ତାଙ୍କର ସାକ୍ଷାତ ପରେ ଏହାକୁ ନେଇ ଅଧିକ ଚର୍ଚ୍ଚା ଜୋର ଧରିଛି। ଅନୁମାନ କରାଯାଉଛି ଯେ ଏହି ସଂପର୍କରେ ଅପର୍ଣ୍ଣା ଯାଦବ ଦିଲ୍ଲୀରେ ପହଞ୍ଚିଛନ୍ତି। ଏଠାରେ ସେ ଦଳର ଜାତୀୟ ସଂଗଠନ ମନ୍ତ୍ରୀ ବି.ଏଲ ସନ୍ତୋଷ ଏବଂ ମହାସଚିବ ସୁନୀଲ ବଂଶଲଙ୍କୁ ଭେଟିଛନ୍ତି। ଯାହା ପରେ ଉତ୍ତରପ୍ରଦେଶ ରାଜନୀତିରେ ଅପର୍ଣ୍ଣା ଯାଦବ ନିର୍ବାଚନ ଲଢିବାର ଚର୍ଚ୍ଚା ତୀବ୍ର ହୋଇଛି। ଏହା ମଧ୍ୟ କୁହାଯାଉଛି, ଅପର୍ଣ୍ଣା ନିଜେ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହୁଁଛନ୍ତି।

ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ ଭାଜପା ଉତ୍ତରପ୍ରଦେଶ ବିଧାନ ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀ କରିବା ପରେ ଅପର୍ଣ୍ଣା ଯାଦବଙ୍କୁ ଅନ୍ଦରଖାନେ ଫୁଲପୁର ସଂସଦୀୟ ଆସନରୁ ପ୍ରାର୍ଥୀ କରିବା ନେଇ କଳ୍ପନାଜଳ୍ପନା ଚାଲିଥିଲା। ୟୁପି ରାଜନୀତିରେ ତାଙ୍କ ନାମକୁ ନେଇ ଚାଲିଥିବା ଆଲୋଚନା ଆଶ୍ଚର୍ଯ୍ୟଜନକ ବୋଲି କୁହାଯାଉଥିଲା। ଦଳର ଅଧିକାରୀମାନେ ମଧ୍ୟ ଏ ବିଷୟରେ କିଛି କହିବାକୁ ପ୍ରସ୍ତୁତ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri