Posted inଜାତୀୟ

ଉତ୍ତର ପ୍ରଦେଶ ନିର୍ବାଚନ: ଭୋଟ ଦେଲେନି ମୁଲାୟମଙ୍କ ପତ୍ନୀ, ବୋହୂ , ପୁଅ!

ଲକ୍ଷ୍ନୌ,୨୧ ।୨: ଉତ୍ତର ପ୍ରଦେଶର ଇଟାୱାରେ ଯେ କୌଣସି ନିର୍ବାଚନ ହେଉନା କାହିଁକି ସମସ୍ତଙ୍କର କିନ୍ତୁ ନଜର ଥାଏ ମୁଲାୟମ ସିଂ ଯାଦବଙ୍କ ପରିବାର ଉପରେ । ୟୁପି ବିଧାନସଭା ଲାଗି ରବିବାର ତୃତୀୟ ପର୍ଯ୍ୟାୟ ମତଦାନ ସରିଛି । ହେଲେ ଏଥିରେ ମୁଲୟମ ସିଂ ଯାଦବଙ୍କ ବୋହୂ ଅପର୍ଣ୍ଣ ଯାଦବ, ପତ୍ନୀ ସାଧନା ଓ ପୁଅ ପ୍ରତିକ ଭୋଟ ଦେଇ ନ ଥିବା ସୂଚନା ମିଳିଛି । ଏହାକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି ।

ସୂଚନାଯୋଗ୍ୟ, ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂ ଯାଦବଙ୍କ ପରିବାରର ସମସ୍ତ ସଦସ୍ୟଙ୍କ ନାମ ସୈଫଇ ମତଦାନ ତାଲିକାରେ ରହିଛି । ୪ ଦିନ ପୂର୍ବରୁ ଲକ୍ଷ୍ନୌର ସୈଫଇ ଆସିଥିବା ମୁଲାୟମ ସିଂ ଯାଦବ ମୈନପୁରୀ କରହଲରେ ପୁଅ ଅଖିଳେଶ ଯାଦବଙ୍କ ଲାଗି ଜନସଭାକୁ ସାମ୍ବାଧନ କରିବା ପରେ ଭୋଟ ଦେବାକୁ ସେଠାରେ ରହିଯାଇଥିଲେ । ସୈଫଇର ଅଭିନବ ବିଦ୍ୟାଳୟରେ ହୋଇଥିବା ମତଦାନ କେନ୍ଦ୍ରରେ ମୁଲାୟମ ସିଂ ଯାଦବ, ତାଙ୍କ ପୁଅ ଅଖିଳେଶ ଯାଦବ, ତାଙ୍କ ପତ୍ନୀ ଡିମ୍ପଲ ଯାଦବ, ଶିବପାଲ ସିଂ ଯାଦବଙ୍କ ସମେତ ପରିବାରର ଅନ୍ୟ ସଦସ୍ୟମାନେ ଯୋଗ ଦେଇଥିଲେ । ହେଲେ ମୂଲାୟମଙ୍କ ବୋହୂ ଅପର୍ଣ୍ଣା, ପତ୍ନୀ ସାଧନା ଓ ପୁଅ ପ୍ରତିକ ଶେଷ ପର୍ଯ୍ୟନ୍ତ ଭୋଟ ଦେବାକୁ ଆସି ନ ଥିବା ଜଣାପଡିଛି । ସୂଚନାଯୋଗ୍ୟ, ନିକଟରେ ଅପର୍ଣ୍ଣା ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri