Posted inଜାତୀୟ

ଅଭିଯୁକ୍ତ ସଞ୍ଜୟଙ୍କ ବ୍ୟତୀତ ସିବିଆଇ ରାଡାରରେ ୨୫ଜଣ, ଖୋଲିବ ମୃତ୍ୟୁ ରହସ୍ୟ

କୋଲକାତା ,୨୨।୮: କୋଲକାତା ବଳାତ୍କାର ଓ ହତ୍ୟା ମାମଲାରେ ସୁପ୍ରିମକୋର୍ଟରେ ସିବିଆଇ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ଅନୁସନ୍ଧାନକାରୀ ସଂସ୍ଥା ଏକ ସିଲ ହୋଇଥିବା ଲିଫାପାରେ ରିପୋର୍ଟ ଦାଖଲ କରିଛନ୍ତି। ତଦନ୍ତ ରିପୋର୍ଟରେ କୋଲକାତା ପୋଲିସର ଅବହେଳା ବିଷୟରେ ସିବିଆଇ ଉଲ୍ଲେଖ କରିଛି। ଯାଞ୍ଚବେଳେ ସନ୍ଦେହ ଆଧାରରେ ଯେଉଁମାନେ ପଚରାଉଚରା କରାଯାଇଛି ସେମାନଙ୍କ ନାଁ ମଧ୍ୟ ଉଲ୍ଲେଖ ରହିଛି। ଅନୁସନ୍ଦାନକାରୀ ସଂସ୍ଥା ୨୫ଜଣଙ୍କୁ ପଚରାଉଚରା କରୁଛି।

ସେମାନେ ହେଲେ, ସଞ୍ଜୟ ରୟ ମୁଖ୍ୟ ଅଭିଯୁକ୍ତ। ସନ୍ଦୀପ ଘୋଷଙ୍କୁ ସିବିଆଇ ଦ୍ୱାରା ୬ ଥର ପଚରାଉଚରା କରାଯାଇଛି। ଯାହାଙ୍କୁ ଏପର୍ଯ୍ୟନ୍ତ କ୍ଲିନଚିଟ୍‌ ମିଳିପାରି ନାହିଁ। ସେହପରି ହସ୍ପିଟାଲରେ ପ୍ରଥମେ ଯିଏ ମୃତଦେହକୁ ଦେଖିଥିଲେ ତାଙ୍କୁ ଜେରା କରାଯାଉଛି। ତାଲିକାରେ ପୀଡିତାଙ୍କ ବାପାମାଆ, ହସ୍ପିଟାଲ ଅଧୀକ୍ଷକ(ଯିଏ ପରିବାରଙ୍କୁ ପ୍ରଥମେ କଲ କରି ଡାକ୍ତରଙ୍କ ମୃତ୍ୟୁକୁ ଆତ୍ମହତ୍ୟା ବୋଲି କହିଥିଲେ), ମହିଳା ଡାକ୍ତରଙ୍କ ସହ ଯେଉଁମାନେ ରାତ୍ରୀ ଭୋଜନ କରିଥିଲେ, ଫୁଡ୍‌ ଡେଲିଭରି ବୟ, ASI ଅରୁପ ଦତ୍ତ (ପୀଡିତାଙ୍କୁ ହତ୍ୟା କରିବା ପରେ ଯାହାଙ୍କ ବ୍ୟାରେକରେ ଶୋଇଥିଲେ), ଅଭିଯୁକ୍ତ ସଞ୍ଜୟଙ୍କ ବନ୍ଧୁ ସୌରଭ(ଯିଏ ଘଟଣାଦିନ ରାତିରେ ମିଶି ମଦ୍ୟପାନ କରିଥିଲେ), ପୀଡିତାଙ୍କ ନିକଟତର ୪ ଜୁନିୟର ଡାକ୍ତର, ପୋଷ୍ଟମର୍ଟମ କରୁଥିବା ପାଞ୍ଚ ଜଣ ଡାକ୍ତର, ହସ୍ପିଟାଲ ଅଧିକାରୀ।
ଏହା ବ୍ୟତୀତ ଡାକ୍ତରଖାନାର ଗ୍ରାଉଣ୍ଡ କର୍ମଚାରୀ ଯେଉଁମାନେ ଘଟଣା ସମୟରେ ଡ୍ୟୁଟିରେ ଥିଲେ। ନବୀକରଣ କର୍ମଚାରୀ, ସେମିନାର ହଲ୍‌ରେ ଉପସ୍ଥିତ ଥିବା ଶ୍ରମିକମାନଙ୍କୁ ସିବିଆଇ ଟିମ ପଚରାଉଚରା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?