ବିନାନୁମତିରେ ବଦଳିପାରିବନି ଆପାର୍ଟମେଣ୍ଟ ମାଲିକ ସଂଘ ବାଇ-ଲ

ଭୁବନେଶ୍ୱର,୨୦ା୨(ଅନିଲ ଦାସ):ବହୁ ପ୍ରତୀକ୍ଷା ପରେ ଆପାର୍ଟମେଣ୍ଟ ମାଲିକମାନଙ୍କୁ ସୁରକ୍ଷା ଦେବା ସକାଶେ ରାଜ୍ୟ ସରକାର ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଆଇନ-୨୦୨୩ କାର୍ଯ୍ୟକାରୀ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ରାଜ୍ୟରେ ଥିବା ୮ଟି ଉନ୍ନୟନ କର୍ତ୍ତୃପକ୍ଷ (ଡେଭେଲପ୍‌ମେଣ୍ଟ ଅଥରିଟି) ଅଞ୍ଚଳ ପାଇଁ ସମ୍ପୃକ୍ତ ଉନ୍ନୟନ କର୍ତ୍ତୃପକ୍ଷଙ୍କ ସଚିବ ଏବଂ ଏହା ବାହାରେ ଥିବା ଅଞ୍ଚଳ ପାଇଁ ଉପଜିଲାପାଳଙ୍କୁ କ୍ଷମତାପ୍ରାପ୍ତ ଅଧିକାରୀ(କମ୍ପିଟେଣ୍ଟ ଅଥରିଟି) ଭାବେ ନିଯୁକ୍ତି ଦେଇଛନ୍ତି। ଆଇନକୁ କାର୍ଯ୍ୟକାରୀ କରିବା କିମ୍ବା କୌଣସି ସମସ୍ୟା ଦେଖାଦେଲେ ଉକ୍ତ ଅଧିକାରୀଙ୍କ ନିକଟରେ ଆବେଦନ କରାଯାଇପାରିବ। ଏ ନେଇ ନିକଟରେ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ଆପାର୍ଟମେଣ୍ଟ ମାଲିକ ସଂଘର ବାଇ-ଲ ଅନୁଯାୟୀ ଆପାର୍ଟମେଣ୍ଟ ପରିଚାଳିତ ହେବ। ତେବେ ବାଇ-ଲ’କୁ ସଂଘ ମନଇଚ୍ଛା ବଦଳାଇପାରିବେ ନାହିଁ। ସେଥିପାଇଁ କ୍ଷମତାପ୍ରାପ୍ତ ଅଧିକାରୀଙ୍କଠାରୁ ଅନୁମତି ନେବା ବାଧ୍ୟତାମୂଳକ କରାଯାଇଛି। ପୂର୍ବରୁ କ୍ଷମତାପ୍ରାପ୍ତ ଅଧିକାରୀଙ୍କଠାରୁ ଅନୁମତି ନେବାକୁ ହେବ। ନୂଆ ବ୍ୟବସ୍ଥା ଅନୁଯାୟୀ ବିଲ୍‌ଡର କିମ୍ବା ପ୍ରମୋଟର କ୍ରେତାମାନଙ୍କୁ ଅକୁପାନ୍ସି ସାର୍ଟିଫିକେଟ ଦେବାର ୩୦ ଦିନ ମଧ୍ୟରେ ସଂଘକୁ କମନ ଏରିଆର ସମସ୍ତ ମୂଳ ପ୍ରମାଣପତ୍ର ଦେବା ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯାଇଛି। ଏଥିସହିତ କ୍ରେତାଙ୍କଠାରୁ ସିକ୍ୟୁରିଟି, ଆଡ୍‌ଭାନ୍ସ ଆକାରରେ ନେଇଥିବା ସମସ୍ତ ଅର୍ଥ ୩୦ ଦିନ ମଧ୍ୟରେ ଫେରାଇବେ। ରିୟଲଇଷ୍ଟେଟ ଅଧିନିୟମ(ବିନିୟମ ଓ ଉନ୍ନୟନ) ଆଇନ-୨୦୧୬ ଅନୁଯାୟୀ ପ୍ରକଳ୍ପରେ ୫୦ ପ୍ରତିଶତ ଅଥବା ୭ ଜଣ କ୍ରେତା ହେବା ପରେ ସଂଘ ଗଠନ କରାଯିବ। ପୂର୍ବରୁ ମାଲିକ ସଂଘ ସାଧାରଣ ଅଞ୍ଚଳ(କମନ ଏରିଆ)ରୁ ମାଲିକାନା ହକ୍‌ ପାଇ ପାରୁ ନ ଥିଲା। ଏହି ଆଇନ କାର୍ଯ୍ୟକାରୀ ହେବା ପରେ ଉକ୍ତ ଅଞ୍ଚଳର ସମସ୍ତ ମାଲିକାନା ସଂଘଠାରେ ନ୍ୟସ୍ତ ହେବ। ଏଥିସହିତ ଆପାର୍ଟମେଣ୍ଟ ବିକ୍ରି, ଉତ୍ତରାଧିକାରୀ ସୂତ୍ରରେ ଆବଣ୍ଟନ ଆଦି କ୍ଷେତ୍ରରେ କମନ ଏରିଆ ହସ୍ତାନ୍ତର କରାଯାଇପାରିବ। ମାତ୍ର ଉକ୍ତ ଅଂଶକୁ କୌଣସି ଉଦ୍ଦେଶ୍ୟରେ ଖଣ୍ଡ ଖଣ୍ଡ କରାଯାଇପାରିବ ନାହିଁ। ପ୍ରତ୍ୟେକ ମାଲିକ ଆଇନରେ ଥିବା ଚୁକ୍ତି, ସର୍ତ୍ତ ଓ କଟକଣାକୁ ମାନିବାକୁ ବାଧ୍ୟ ହେବେ। ଯଦି କେହି ଏହାକୁ ଉଲ୍ଲଂଘନ କରିବେ ଆପାର୍ଟମେଣ୍ଟ ମାଲିକ ସଂଘ ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ କ୍ଷତିଭରଣା କରିପାରିବେ। ଏଥିସହିତ ନିଜ ଅଧୀନରେ ଥିବା ଆପାର୍ଟମେଣ୍ଟ ଉପରେ ମାଲିକମାନେ ଋଣ କରିପାରିବେ।
ପୂର୍ବରୁ ଆପାର୍ଟମେଣ୍ଟ ବିକ୍ରୟ କରୁଥିବା ପ୍ରମୋଟରଙ୍କ ନାମରେ କମନ ଏରିଆର ରେକର୍ଡ ଅଫ୍‌ ରାଇଟସ୍‌ ରହୁଥିଲା। ଏହି ଆଇନ କାର୍ଯ୍ୟକାରୀ ହେବା ପରେ ଉକ୍ତ ଅଞ୍ଚଳ ଆପାର୍ଟମେଣ୍ଟ ଆସୋସିଏଶନ ନାମରେ ରେଜିଷ୍ଟ୍ରେଶନ ଅଧିନିୟମ-୧୯୦୮ ଅନୁଯାୟୀ ରେଜିଷ୍ଟ୍ରି କରାଯିବ। ତେବେ ରିୟଲଇଷ୍ଟେଟ ଅଧିନିୟମ(ବିନିୟମ ଓ ଉନ୍ନୟନ) ଆଇନ-୨୦୧୬ ପରେ ଯଦି କୌଣସି ଆପାର୍ଟମେଣ୍ଟ ବିକ୍ରି ହୋଇଥିବ ଏବଂ କମନ ଏରିଆ ଆସୋସିଏଶନ ନାମରେ ଆର୍‌ଓଆର୍‌ ହୋଇ ନ ଥିବ ସେ କ୍ଷେତ୍ରରେ ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଆଇନ- ୨୦୨୩ ବ୍ୟବସ୍ଥା ଅନୁଯାୟୀ ୬ ମାସ ମଧ୍ୟରେ ରେଜିଷ୍ଟ୍ରି କରାଯିବାକୁ ବ୍ୟବସ୍ଥା ହୋଇଛି। ଏହା ପୂର୍ବରୁ କ୍ଷମତାପ୍ରାପ୍ତ ଅଧିକାରୀଙ୍କଠାରୁ ଅନୁମିତି ନେବା ବାଧ୍ୟତାମୂଳକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri