ଏପିବିର ବାର୍ଷିକ ଫଳାଫଳ: ରାଜସ୍ବ ୪୨% ବୃଦ୍ଧି

ଭୁବନେଶ୍ୱର,୨୩।୫: ଦେଶର ପ୍ରମୁଖ ଘରୋଇ ଆର୍ଥିକ ସଂସ୍ଥା ତଥା ଏୟାରଟେଲ ପେମେଣ୍ଟସ ବ୍ୟାଙ୍କ(ଏପିବି)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥିକ ବର୍ଷର ବାର୍ଷିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷର ସମସ୍ତ ପରିମାପରେ ବ୍ୟାଙ୍କର ପ୍ରଦର୍ଶନ ଚମତ୍କାର ବୃଦ୍ଧି ହାସଲ କରିଛି, ଯାହା ଏହାର ଅଭିବୃଦ୍ଧି ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତାକୁ ଚିହ୍ନିତ କରୁଛି। ୨୦୨୩-୨୦୨୪ଆର୍ଥିକ ବର୍ଷରେ ବ୍ୟାଙ୍କର ରାଜସ୍ବ ବାର୍ଷିକ ଆଧାରରେ ୪୨% ବୃଦ୍ଧି ହୋଇ ୧୮୩୬କୋଟି ଟଙ୍କା ହୋଇଥିବା ବେଳେ ଶୁଦ୍ଧ ଲାଭ ୬୦% ବୃଦ୍ଧି ହୋଇ ୩୪.୫କୋଟି ଟଙ୍କା ହୋଇଛି। ଏହି ସମୟରେ ବ୍ୟାଙ୍କର ମାସିକ ଟ୍ରାଞ୍ଜାକ୍ଟିଂ ୟୁଜର(ଏମ୍‌ଟିୟୁ) ୮୦.୪ ମିଲିୟନକୁ ବୃଦ୍ଧି ପାଇଛି। ଏହା ଗ୍ରାହକଙ୍କ ଜମା ରାଶିକୁ ବାର୍ଷିକ ଆଧାରରେ ୫୦% ବୃଦ୍ଧି ସହ ୨୮୦୧ କୋଟି ଟଙ୍କା ଅତିକ୍ରମ କରାଇଛି। ପୂର୍ବ ତ୍ରୈମାସିକ ତୁଳନାରେ ୧୫%ର କ୍ରମାଗତ ବୃଦ୍ଧି ସହିତ ୫୩୯ କୋଟି ଟଙ୍କାର ରାଜସ୍ବ ସହ ୪ର୍ଥ ତ୍ରୈମାସିକ (୨୦୨୪ ଜାନୁଆରୀରୁ ମାର୍ଚ୍ଚ) ସବୁଠାରୁ ଶକ୍ତିଶାଳୀ ତ୍ରୈମାସିକ ଭାବେ ଉଭା ହୋଇଛି। ଏହା ସହ ଏପିବି ୨୦୨୪ ଆର୍ଥତ୍କ ବର୍ଷର ରାଜସ୍ବ ତ୍ରୈମାସିକ ଆଧାରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଭିବୃଦ୍ଧି ପଞ୍ଜୀକରଣ କରିଛି।
ଏ ସମ୍ପର୍କରେ ଏୟାରଟେଲ ପେମେଣ୍ଟସ ବ୍ୟାଙ୍କର ଏମ୍‌ଡି ତଥା ସିଇଓ ଅନୁବ୍ରତ ବିଶ୍ୱାସ କହିଛନ୍ତି, ଆମେ ଏୟାରଟେଲ ପେମେଣ୍ଟସ ବ୍ୟାଙ୍କ ପାଇଁ ଆଉ ଏକ ବର୍ଷର ମଜଭୁତ ଅଭିବୃଦ୍ଧି ସମ୍ପର୍କରେ ଘୋଷଣାକରି ବେଶ୍‌ ଉତ୍ସାହିତ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ଭାରତୀୟ ରେଳପଥ

ଭୁବନେଶ୍ୱର, ୧୬।୬ (ଅନୁରାଧା ମହାରଣା): ଏକାଧିକ ସ୍ଥାନରେ ଆୟୋଜିତ ଜନସେବା କାର୍ଯ୍ୟକ୍ରମରେ ସବୁଠୁ ଅଧିକ ଲୋକଙ୍କୁ ଏକତ୍ରିତ କରିବା ଲାଗି ଭାରତୀୟ ରେଳପଥ ଲିମ୍‌କା ବୁକ୍‌...

ବଜାରରେ ଅମୂଲର ନୂତନ ଉତ୍ପାଦ ସମ୍ଭାର

ଭୁବନେଶ୍ୱର,୧୬।୬ (ଅଭୟ ଦାଶ): ଦେଶର ପ୍ରମୁଖ ଦୁଗ୍ଧ ଉତ୍ପାଦକ ତଥା ଗୁଜରାଟ କୋ-ଅପରେଟିଭ ମିଲ୍କି ମାେକେଟିିଂ ଫେଡେରେଶନ ଲିମିଟେଡ୍‌ (ଜିସିଏମ୍‌ଏମ୍‌ଏଫ୍‌ ଲିମିଟେଡ୍‌) ର ଅଗ୍ରଣୀ ବ୍ରାଣ୍ଡ...

ବାପାଙ୍କ ପାଇଁ ୩୫% ପିଲା କରିଛନ୍ତି ସ୍ବାସ୍ଥ୍ୟବୀମା

ଭୁବନେଶ୍ୱର,୧୬।୬(ଅନୁରାଧା ମହାରଣା): ବାପାମାନେ ପରିବାରର ମୂଳଦୁଆ ହୋଇଥିବାବେଳେ ପିଲାଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ସେମାନେ ଯଥା ସମ୍ଭବ ପ୍ରଚେଷ୍ଟା କରିଥା’ନ୍ତି। ପିଲାମାନେ ବର୍ତ୍ତମାନ ବାପାଙ୍କ ପ୍ରତି...

କର୍ମଚାରୀଙ୍କୁ ବଡ଼ ଝଟ୍‌କା, ଆଗୁଆ ଟଙ୍କା ଉଠାଣ ସୁବିଧା ବନ୍ଦ କଲା EPFO !

ନୂଆଦିଲ୍ଲୀ,୧୫।୬: ସମଗ୍ର ଦେଶରେ କରୋନା ମହାମାରୀ ସମୟରେ ଦିଆଯାଇଥିବା କୋଭିଡ୍‌ ଅଗ୍ରୀମ ଟଙ୍କା ଉଠାଇବା ସୁବିଧାକୁ ବର୍ତ୍ତମାନ ବନ୍ଦ କରିଛି ଇପିଏଫ୍‌ଓ। ଦେଶରେ ଏବେ କରୋନା...

ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ବ୍ରିଜ୍‌ ଡିଜାଇନ ମାନୁଆଲର ପ୍ରଥମ ସଂସ୍କରଣ

ଭୁବନେଶ୍ୱର,୧୫।୬: ଇଣ୍ଡିଆନ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଡେଭଲପମେଣ୍ଟ ଆସୋସିଏସନ (ଆଇଏସ୍‌ଏସ୍‌ଡିଏ)ର ବହୁ ପ୍ରତୀକ୍ଷିତ ତଥା ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ବ୍ରିଜ୍‌ ଡିଜାଇନ୍‌ ମାନୁଆଲର ପ୍ରଥମ ଭାରତୀୟ ସଂସ୍କରଣ ନିକଟରେ ଉନ୍ମୋଚିତ...

ଜେଇଇ ଆଡ୍‌ଭାନ୍ସଡ୍‌ରେ ଆକାଶର ବାଜିମାତ୍‌

ଭୁବନେଶ୍ୱର,୧୫।୬: ଆକାଶ ଏଜୁକେଶନାଲ ସର୍ଭିସେସ୍‌ ଲିମିଟେଡ୍‌ (ଏଇଏସ୍‌ଏଲ୍‌)ର ଛାତ୍ରୀଛାତ୍ରମାନେ ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍‌ଜାମ ବା ଜେଇଇ ଆଡ୍‌ଭାନ୍ସଡ୍‌-୨୦୨୪ ପରୀକ୍ଷା ଫଳାଫଳରେ ଉଲ୍ଲେଖନୀୟ ସଫଳତା ସହ ବାଜିମାତ୍‌ କରିଛନ୍ତି।...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ସ୍ଥିରତା ସପ୍ତାହ

ଭୁବନେଶ୍ୱର,୧୫।୬: ଆର୍ସଲରମିତ୍ତଲ ନିପ୍ପନ୍‌ ଷ୍ଟିଲ୍‌ ଇଣ୍ଡିଆ (ଏଏମ୍‌/ଏନ୍‌ଏସ୍‌ ଇଣ୍ଡିଆ) ର ଓଡ଼ିଶା ୟୁନିଟ୍‌ରେ ସ୍ଥିରତା ସପ୍ତାହ (ସଷ୍ଟେନାବିଲିଟି ଉଇକ୍‌) ପାଳିତ ହୋଇଯାଇଛି। ଏହି ଅବସରରେ ଜେନେରେଶନ...

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ୧୩୦୦ ଜିଏସ୍‌

ଭୁବନେଶ୍ୱର,୧୫।୬ (ଅଭୟ ଦାଶ): ଦେଶର ପ୍ରମୁଖ ପ୍ରିମିୟମ ଦୁଇଚକିଆ ଯାନ ତଥା ଅନ୍ତଃରାଷ୍ଟ୍ରୀୟ ଅଟୋ ବ୍ରାଣ୍ଡ୍‌ ବିଏମ୍‌ଡବ୍ଲ୍ୟୁ (ବିଏମ୍‌ଡବ୍ଲ୍ୟୁ ମୋଟୋରାଡ୍‌ ଇଣ୍ଡିଆ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri