ଆପେ ଇଲେକ୍ଟ୍ରିକ ୩ ଚକିଆ ଯାନର ବଜାର ପ୍ରବେଶ

ଅନୁଗୋଳ ଅଫିସ, ୨୮ା୧: ଅନୁଗୋଳ ପଞ୍ଚମହାଲସ୍ଥିତ ଲକ୍ଷ୍ମୀ ଅଟୋ କମ୍ବାଇନଠାରେ ଆପେ ଇଲେକ୍ଟ୍ରିକ ତିନି ଚକିଆ ଯାନର ବଜାର ପ୍ରବେଶ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଲକ୍ଷ୍ମୀଜୀ ଗ୍ରୁପ୍‌ର ଉପଦେଷ୍ଟା ରମେଶ ଚନ୍ଦ୍ର ଅଗ୍ରଓ୍ବାଲା ଓ ଲକ୍ଷ୍ମୀଦେବୀ ଅଗ୍ରଓ୍ବାଲା ପ୍ରଦୀପ ପ୍ରଜ୍ବଳନ କରି ଉପସ୍ଥିତ ଗ୍ରାହକ ଏବଂ ଅତିଥିମାନଙ୍କୁ ନୂଆ ଇଲେକ୍ଟ୍ରିକ ଗାଡି ବିଷୟରେ ସମ୍ୟକ ଧାରଣା ଦେଇଥିଲେ। ଭାରତ ସରକାରଙ୍କ ସବ୍‌ସିଡି ଓ ବିନା ରେଜିଷ୍ଟ୍ରେଶନ ଫି ଯୋଗୁ ଏହି ଗାଡି ସ୍ବଳ୍ପ ମୁଲ୍ୟରେ ଉପଲବ୍ଧ ହେଉଛି। ଏଥିରେ ଗ୍ରାହକମାନେ ଲାଭବାନ ହୋଇପାରିବେ। ଗାଡିଟିକୁ ନିଜେ ଚାର୍ଜ କରି ବିନା ଡିଜେଲ ଓ ପେଟ୍ରୋଲରେ ଚଳାଇ ପାରିବେ। ଗାଡିର ମେଣ୍ଟେନାନ୍ସ ଚାର୍ଜ ମଧ୍ୟ ବହୁତ କମ୍‌। ଲକ୍ଷ୍ମୀ ଅଟୋ କମ୍ବାଇନ ଭବିଷ୍ୟତରେ ଉନ୍ନତମାନର ଇଲେକ୍ଟ୍ରିକ ଗାଡି ସହିତ ଗ୍ରାହକମାନଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଅଗ୍ରଓ୍ବାଲା ପ୍ରକାଶ କରିଥିଲେ। ସହରର ବହୁ ମାନ୍ୟଗଣ ବ୍ୟକ୍ତି ଓ ଗ୍ରାହକମାନଙ୍କ ଉପସ୍ଥିତିରେ ଏହି ବଜାର ପ୍ରବେଶ କାର୍ଯ୍ୟକ୍ରମ କରାଯାଇଥିଲା। ଶେଷରେ ଲକ୍ଷ୍ମୀ ଅଟୋ କମ୍ବାଇନର ସମସ୍ତ କର୍ମଚାରୀ ଅତିଥି ଓ ଗ୍ରାହକଙ୍କୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri