Posted inଜାତୀୟ

ସ୍ବର୍ଣ୍ଣମନ୍ଦିରରେ ଯୋଗ କରି କ୍ଷମା ପ୍ରାର୍ଥନା

ଅମୃତସର,୨୪ା୬:ଜୁନ୍‌ ୨୧ରେ ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବାବେଳେ ପଞ୍ଜାବର ଅମୃତସରସ୍ଥିତ ସ୍ବର୍ଣ୍ଣମନ୍ଦିରରେ ଜଣେ ଯୁବତୀ ଯୋଗାଭ୍ୟାସ କରି ଅଡ଼ୁଆରେ ଫସିଛନ୍ତି। ଇନ୍‌ଫ୍ଲ୍ୟୁଏନ୍ସର ଅର୍ଚ୍ଚନା ମକ୍‌ଓ୍ବାନା ଯୋଗ କରୁଥିବାବେଳର ଫଟୋ ଓ ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରସାରିତ ହେବାପରେ ଏହାକୁ ନେଇ ଶିଖ୍‌ ସମ୍ପ୍ରଦାୟ ବିରୋଧ କରିଛି। ଏପରି କି ବିବାଦ ବଢ଼ିବାରୁ ଅର୍ଚ୍ଚନା ଏଥିପାଇଁ ଶିଖ୍‌ ସମୁଦାୟ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି। ସେ ଯଦି ଶିଖ୍‌ମାନଙ୍କ ଧର୍ମୀୟ ଭାବାବେଗକୁ ଆଘାତ ଦେଇଛନ୍ତି ତେବେ ସେମାନଙ୍କ ନିକଟରେ କ୍ଷମାପ୍ରାର୍ଥୀ ବୋଲି ନିଜ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଏକ ପୋଷ୍ଟ କରିଛନ୍ତି। ସବୁ ଧର୍ମ ଆମକୁ କ୍ଷମା କରିବାକୁ ଶିଖାଏ, ଦୁର୍ବ୍ୟବହାର କରିବାକୁ ନୁହେଁ ବୋଲି ଅର୍ଚ୍ଚନା ଉକ୍ତ ପୋଷ୍ଟରେ ଉଲ୍ଲେଖ କରିଛନ୍ତି। ତେବେ ସ୍ବର୍ଣ୍ଣମନ୍ଦିରର ପବିତ୍ରତାକୁ ନଷ୍ଟ କରିଥିବା ଅଭିଯୋଗରେ ଅର୍ଚ୍ଚନାଙ୍କ ବିରୋଧରେ ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି (ଏସ୍‌ଜିପିସି) ପକ୍ଷରୁ ମାମଲା ରୁଜୁ କରାଯାଇଛି।
ସୋସିଆଲ ମିଡିଆରେ ଶେୟାର କରିଥିବା ଭିଡିଓରେ ଅର୍ଚ୍ଚନା କହିଛନ୍ତି, ଜୁନ୍‌ ୧୯ରେ ସେ ଦିଲ୍ଲୀ ଯାଇଥିଲେ। ସେଠାରେ ତାଙ୍କୁ ଯୋଗ ଉପରେ ପୁରସ୍କୃତ କରାଯାଇଥିଲା। ୨୧ତାରିଖରେ ଅନ୍ତର୍ଜାତୀୟ ଯୋଗଦିବସ ପାଳନ ଅବସରରେ ସେ ଅମୃତସର ସ୍ବର୍ଣ୍ଣମନ୍ଦିରକୁ ଯାଇଥିଲେ। ସେଠାରେ ସେ ତାଙ୍କ ପ୍ରିୟ ଶୀର୍ଷାସନ କରିଥିଲେ। କାହାର ଧର୍ମୀୟ ଭାବାବେଗକୁ କୁଠାରାଘାତ କରିବା ତାଙ୍କ ଉଦ୍ଦେଶ୍ୟ ନ ଥିଲା।

କିନ୍ତୁ ଏହାର ଫଟୋ ଓ ଭିଡିଓ ଭାଇରାଲ ହେବା ପରେ ସେ କେତେଜଣ ବ୍ୟକ୍ତିଙ୍କ ଟାର୍ଗେଟକୁ ଆସିଯାଇଥିଲେ। ତାଙ୍କୁ ଫୋନ୍‌ କଲ୍‌ କରି ଦୁର୍ବ୍ୟବହାର କରାଯାଉଛି। ଏପରି କି ଖରାପ ଭାଷାରେ ଗାଳିଗୁଲଜ ସହ ହତ୍ୟା ଧମକ ମଧ୍ୟ ଦିଆଯାଉଛି। ତେବେ ସେ ଏଭଳି ଭୁଲ୍‌ର ପୁନରାବୃତ୍ତି କରିବେ ନାହିଁ କହି ଶିଖ୍‌ ସମ୍ପ୍ରଦାୟକୁ କ୍ଷମା ମାଗିଛନ୍ତି। ଏସ୍‌ଜିପିସି ଅଧ୍ୟକ୍ଷ ତଥା ଆଇନଜୀବୀ ହରଜିନ୍ଦର ସିଂ ଧାମି କହିଛନ୍ତି, ସ୍ବର୍ଣ୍ଣମନ୍ଦିରର ପବିତ୍ରତାକୁ କେତେଜଣ ବ୍ୟକ୍ତି ଜାଣିଶୁଣି ଅଣଦେଖା କରି ଘୃଣ୍ୟ କାର୍ଯ୍ୟ କରୁଛନ୍ତି। କର୍ତ୍ତବ୍ୟରେ ଅବହେଳା ପାଇଁ ଏସ୍‌ଜିପିସି ନିଜ ୩ କର୍ମଚାରୀଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନେଇଛି। ସେମାନଙ୍କୁ ୫,୦୦୦ ଟଙ୍କା ଲେଖାଏ ଜରିମାନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri