Posted inଜାତୀୟ

କ୍ଷମା ମାଗନ୍ତୁ ରାହୁଲ, ସଂସଦରେ ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ…

ନୂଆଦିଲ୍ଲୀ,୧୩।୩ : ଲଣ୍ଡନରେ ରାହୁଲ ଗାନ୍ଧୀଙ୍କ ବିବୃତ୍ତି ନେଇ ସୋମବାର ଲୋକସଭା ଓ ରାଜ୍ୟସଭାରେ ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ ହୋଇଛି। ଭାଜପା ଏମପିମାନେ ଗୋଟିଏ ସ୍ବରରେ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ସମସ୍ତେ ଦାବି କରିଛନ୍ତି ଯେ ରାହୁଲ ଗାନ୍ଧୀ ଦେଶବାସୀ ଏବଂ ଗୃହକୁ କ୍ଷମା ମାଗନ୍ତୁ। ଲୋକସଭାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ ଏହି ଗୃହର ସଦସ୍ୟ ରାହୁଲ ଗାନ୍ଧୀ ଲଣ୍ଡନରେ ଭାରତକୁ ଅପମାନିତ କରିଛନ୍ତି। ମୁଁ ଦାବି କରୁଛି ଯେ ତାଙ୍କ ବିବୃତ୍ତିକୁ ଏହି ଗୃହର ସମସ୍ତ ସଦସ୍ୟ ନିନ୍ଦା କରନ୍ତୁ ଏବଂ ତାଙ୍କୁ ଗୃହ ସମ୍ମୁଖରେ କ୍ଷମା ମାଗିବାକୁ କୁହାଯାଉ।

ରାଜ୍ୟସଭାରେ ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ କହିଛନ୍ତି ଯେ ରାହୁଲ ଗାନ୍ଧୀ ଜଣେ ବିରୋଧୀ ଦଳର ନେତା। ସେ ବିଦେଶ ଯାଇ ଭାରତୀୟ ଗଣତନ୍ତ୍ର ଉପରେ ଲଜ୍ଜାଜନକ ମନ୍ତବ୍ୟ ଦେଇଛନ୍ତି। ସେ ଭାରତ ଏବଂ ସଂସଦର ଲୋକଙ୍କୁ ଅପମାନିତ କରିଛନ୍ତି। ଭାରତରେ ବାକ୍‌ସ୍ବାଧୀନତା ଅଛି ଏବଂ ଏମ୍‌ପିମାନେ ସଂସଦରେ କଥା ହୋଇପାରିବେ। ରାହୁଲ ଗାନ୍ଧୀ ସଂସଦରେ କ୍ଷମା ପ୍ରାର୍ଥନା କରିବା ଉଚିତ। ଗୋୟଲ କହିଛନ୍ତି, ଆମେ ଦାବି କରୁଛୁ ଯେ ରାହୁଲ ଗାନ୍ଧୀ ସଂସଦକୁ ଆସି ଦେଶର ଲୋକ ଏବଂ ଗୃହରେ କ୍ଷମା ପ୍ରାର୍ଥନା କରନ୍ତୁ।

କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ ମଧ୍ୟ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଲଣ୍ଡନରେ ରାହୁଲ କହିଛନ୍ତି ଯେ ଏମ୍‌ପିମାନଙ୍କୁ ସଂସଦରେ କହିବାକୁ ଅନୁମତି ନାହିଁ। ଏହା ଲୋକସଭା ପାଇଁ ଅପମାନ। ଏହି ବିବୃତ୍ତିରେ ଗୃହର ବାଚସ୍ପତି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ। ଆମ ଗଣତନ୍ତ୍ରକୁ ଅପମାନିତ କରିଥିବାରୁ ତାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହେବା ଆବଶ୍ୟକ।
ଶାସକ ସଦସ୍ୟଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଲୋକସଭା ଓ ରାଜ୍ୟସଭାର ପ୍ରକ୍ରିୟାକୁ ଅପରାହ୍ନ ୨ ଟା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri