ହତ୍ୟା ମାମଲା ରୁଜୁପରେ କ୍ଷମା ଯାଚିକା ଦାଖଲ

ଦିଗପହଣ୍ଡି,୨୭ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରିଟିକରପଡ଼ା ଗଁାରେ ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ଏବଂ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡଙ୍କୁ ଆକ୍ରମଣ ଅଭିଯୋଗରେ କେ.ନୂଆଗାଁ ଥାନାରେ ୨୦ରୁ ଉର୍ଦ୍ଧ୍ୱ ଗ୍ରାମବାସୀଙ୍କ ନଁାରେ ହତ୍ୟା ଉଦ୍ୟମ ମାମଲା ରୁଜୁ କରାଯାଇଛି। ଗୁରୁବାର ଅପରାହ୍ନରେ ଚୌଧୁରି ଟିକରପଡ଼ା ପଞ୍ଚାୟତ ସରପଞ୍ଚ ପ୍ରତିନିଧି ପୀତବାସ ଚଣ୍ଡ, ପୂର୍ବତନ ସରପଞ୍ଚ ରଘୁନାଥ ପାତ୍ର, ଗୌଡଗଁା ସରପଞ୍ଚ କୃଷ୍ଣଚନ୍ଦ୍ର ସାହୁ, ତ୍ରିପତି ପାତ୍ରଙ୍କ ଉପସ୍ଥିତିରେ ଗାଁ କମିଟିର ସମସ୍ତ କାର୍ଯ୍ୟକର୍ତ୍ତା ବ୍ରହ୍ମପୁର ଉପଜିଲାପାଳଙ୍କୁ ଭେଟି ଘଟଣାକୁ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବାସହ କ୍ଷମା ଯାଚିକା ପ୍ରଦାନ କରିଛନ୍ତି। ପୂର୍ବାହ୍ନରେ ତହସିଲଦାରଙ୍କୁ ମଧ୍ୟ ସାକ୍ଷାତ କରି ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ରନାଥ ମୁର୍ମୁଙ୍କ ଉପସ୍ଥିତିରେ ଭୂଲ ସ୍ବୀକାର ସହ ଲିଖିତ ଭାବେ କ୍ଷମାଯାଚିକା ପ୍ରଦାନ କରିଥିଲେ।
ସୂଚନା ଯୋଗ୍ୟ, ଶନିବାର ଗ୍ରାମରେ ସାମୂହିକ ଗଣେଶ ପୂଜା ଚାଲିଥିବାବେଳେ ଦୋକାନବଜାର ଖୋଲାଥିଲା। ତହସିଲଦାର ସ୍ବାଇଁ, ଅତିରିକ୍ତ ତହସିଲଦାର କଳାକୃଷ୍ଣ ପ୍ରଧାନ ପୋଲିସ ସହ ପହଞ୍ଚତ୍ ୨ ରାଶନ ଦୋକାନ ସିଲ୍‌ କରିବାବେଳେ ଗ୍ରାମବାସୀ ପହଞ୍ଚତ୍ ତହସିଲଦାରଙ୍କୁ ଆକ୍ରମଣ କରିଥିଲେ। ତହସିଲଦାରଙ୍କ ଏତଲା କ୍ରମେ କେ. ନୂଆଗଁା ପୋଲିସ ନଂ.୧୭୮/୨୦ ଦଫା – ୧୪୭/୧୪୮/୧୧୪/୨୬୯/୨୭୦/୨୮୩/୨୯୪/୩୦୭/୩୩୨/୩୪୧/୩୫୩/୫୦୬/୧୪୯ ଆଇପିସି, ୩ ପିଡିପିପି ଆକ୍ଟ, କ୍ରିମିନାଲ – ଲ ଆକ୍ଟ ର ଧାରା – ୭ ସମେତ ଏପିଡେମିକ ଡ଼ିଜିଜ ଆକ୍ଟ ଧାରା- ୩ ଅନୁଯାୟୀ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri