ହତ୍ୟା ମାମଲା ରୁଜୁପରେ କ୍ଷମା ଯାଚିକା ଦାଖଲ

ଦିଗପହଣ୍ଡି,୨୭ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରିଟିକରପଡ଼ା ଗଁାରେ ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ଏବଂ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡଙ୍କୁ ଆକ୍ରମଣ ଅଭିଯୋଗରେ କେ.ନୂଆଗାଁ ଥାନାରେ ୨୦ରୁ ଉର୍ଦ୍ଧ୍ୱ ଗ୍ରାମବାସୀଙ୍କ ନଁାରେ ହତ୍ୟା ଉଦ୍ୟମ ମାମଲା ରୁଜୁ କରାଯାଇଛି। ଗୁରୁବାର ଅପରାହ୍ନରେ ଚୌଧୁରି ଟିକରପଡ଼ା ପଞ୍ଚାୟତ ସରପଞ୍ଚ ପ୍ରତିନିଧି ପୀତବାସ ଚଣ୍ଡ, ପୂର୍ବତନ ସରପଞ୍ଚ ରଘୁନାଥ ପାତ୍ର, ଗୌଡଗଁା ସରପଞ୍ଚ କୃଷ୍ଣଚନ୍ଦ୍ର ସାହୁ, ତ୍ରିପତି ପାତ୍ରଙ୍କ ଉପସ୍ଥିତିରେ ଗାଁ କମିଟିର ସମସ୍ତ କାର୍ଯ୍ୟକର୍ତ୍ତା ବ୍ରହ୍ମପୁର ଉପଜିଲାପାଳଙ୍କୁ ଭେଟି ଘଟଣାକୁ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବାସହ କ୍ଷମା ଯାଚିକା ପ୍ରଦାନ କରିଛନ୍ତି। ପୂର୍ବାହ୍ନରେ ତହସିଲଦାରଙ୍କୁ ମଧ୍ୟ ସାକ୍ଷାତ କରି ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ରନାଥ ମୁର୍ମୁଙ୍କ ଉପସ୍ଥିତିରେ ଭୂଲ ସ୍ବୀକାର ସହ ଲିଖିତ ଭାବେ କ୍ଷମାଯାଚିକା ପ୍ରଦାନ କରିଥିଲେ।
ସୂଚନା ଯୋଗ୍ୟ, ଶନିବାର ଗ୍ରାମରେ ସାମୂହିକ ଗଣେଶ ପୂଜା ଚାଲିଥିବାବେଳେ ଦୋକାନବଜାର ଖୋଲାଥିଲା। ତହସିଲଦାର ସ୍ବାଇଁ, ଅତିରିକ୍ତ ତହସିଲଦାର କଳାକୃଷ୍ଣ ପ୍ରଧାନ ପୋଲିସ ସହ ପହଞ୍ଚତ୍ ୨ ରାଶନ ଦୋକାନ ସିଲ୍‌ କରିବାବେଳେ ଗ୍ରାମବାସୀ ପହଞ୍ଚତ୍ ତହସିଲଦାରଙ୍କୁ ଆକ୍ରମଣ କରିଥିଲେ। ତହସିଲଦାରଙ୍କ ଏତଲା କ୍ରମେ କେ. ନୂଆଗଁା ପୋଲିସ ନଂ.୧୭୮/୨୦ ଦଫା – ୧୪୭/୧୪୮/୧୧୪/୨୬୯/୨୭୦/୨୮୩/୨୯୪/୩୦୭/୩୩୨/୩୪୧/୩୫୩/୫୦୬/୧୪୯ ଆଇପିସି, ୩ ପିଡିପିପି ଆକ୍ଟ, କ୍ରିମିନାଲ – ଲ ଆକ୍ଟ ର ଧାରା – ୭ ସମେତ ଏପିଡେମିକ ଡ଼ିଜିଜ ଆକ୍ଟ ଧାରା- ୩ ଅନୁଯାୟୀ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri